ଆଜିଠୁ ସ୍କୁଲ୍ ଛୁଟି

29

ଭୁବନେଶ୍ୱର, ୨୪ା୪(ବୁ୍ୟରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଆସନ୍ତାକାଲିଠାରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍କୁ ଛୁଟି କରିବା ଲାଗି ରାଜ୍ୟ ସରକାର ନିଦେ୍ର୍ଦଶ ଦେଇଛନ୍ତି । ଜୁନ୍ ୧୮ରେ ସ୍କୁଲ୍ ଖୋଲିବ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ରାଜ୍ୟର କେତେକ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇଛି । ପ୍ରବଳ ଖରା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି । କେତେକ ଅଞ୍ଚଳରେ ମଧ୍ୟ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି । ପ୍ରଚଣ୍ଡ ଖରା ଯୋଗୁଁ ସରକାର ଆଗୁଆ ଛୁଟି ଘୋଷଣା କରିଛନ୍ତି ।




Powered by odothemes.com