୧୩ରୁ ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା!

25

ଭୁବନେଶ୍ୱର, ୧୦ା୮(ବୁ୍ୟରୋ): ରାଜ୍ୟରେ ପୁଣି ପ୍ରବଳ ବର୍ଷିବ । ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳ ଉପରେ ଏକ ଘର୍ଣିର୍ବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନ ଠାରୁ ୩.୧ ଓ ୩.୬ କିମି ଉଚ୍ଚରେ ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ବର୍ଷା ଆରମ୍ଭ ହୋଇଯିବ । ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ତେବେ ଆସନ୍ତା ୧୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିଦେ୍ର୍ଦଶକ ଏଚ୍ଆର୍ ବିଶ୍ୱାସ କହିଛନ୍ତି ।
ଆସନ୍ତାକାଲି କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହେବ । ୧୨ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବା ସହ କେନ୍ଦୁଝର, ମୟୂଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ । ସେହିଭଳି ୧୩ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ପରେ ଆଭ୍ୟନ୍ତରୀଣ ଓ ଉତ୍ତରାଞ୍ଚଳ ସମେତ ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ କିଛି ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଶୁକ୍ରବାର ଭୁବନେଶ୍ୱରରରେ ୧୧ ମିଲିମିଟର ବର୍ଷା ହୋଇଥିବା ବେଳେ କୋରାପୁଟରେ ୬ ମିମି, ଟିଟିଲାଗଡ଼ରେ ୫ ମିମି ବର୍ଷା ହୋଇଥିବା ଜଣାପଡ଼ିଛି ।




Powered by odothemes.com