Tag Archives: Odisha

ପୁରୀ

Puri

ପୁରୀ ଓଡ଼ିଶାର ଏକ ପ୍ରମୁଖ ସହର ଓ ପୁରୀ ଜିଲ୍ଲାର ସଦର ମହକୁମା ଅଟେ । ଏହା ମୁଖ୍ୟତଃ ଜଗନ୍ନାଥ ମନ୍ଦିର ପାଇଁ ପୃଥିବୀ ପ୍ରସିଦ୍ଧ ।

ପରମ ତୀର୍ଥକ୍ଷେତ୍ର ପୁରୀ ପୁରୁଷୋତ୍ତମ କ୍ଷେତ୍ର ନାମରେ ପ୍ରସିଦ୍ଧ। ଏହାର ଅନ୍ୟନାମ ଶଙ୍ଖକ୍ଷେତ୍ର। ସ୍କନ୍ଧ ପୁରାଣ ଅନ୍ତର୍ଗତ ଉତ୍କଳ ଖଣ୍ଡ ଅନୁଯାୟୀ ଏହି କ୍ଷେତ୍ରର ଆକାର ଶଙ୍ଖ ସଦୃଶ ଥିବାରୁ ଏହାକୁ ଶଙ୍କକ୍ଷେତ୍ର କୁହାଯାଏ। ଏହି କ୍ଷେତ୍ରର ଆୟତନ ପଞ୍ଚକୋଶ ଏବଂ ଆକାର ତ୍ରିକୋଣ। ପାଞ୍ଚକୋଶ ଆୟତନରୁ ପ୍ରାୟ ଅର୍ଦ୍ଧଭାଗ ସମୁଦ୍ର ଜଳରେ ନିମଗ୍ନ ଏବଂ ଉପରିଭାଗର ଆକୃତି ଶଙ୍ଖ ସଦୃଶ ।

କୋଣାର୍କ

konark

କୋଣାର୍କ ଓଡ଼ିଶାର ପୁରୀ ଜିଲ୍ଲାରେ ଅବସ୍ଥିତ ଏକ ସହର । ଏହା ଭୁବନେଶ୍ଵରଠାରୁ ୬୫ କି.ମି. ଦୁରରେ ଅବସ୍ଥିତ । ଏଠାରେ ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ଦ୍ଵାରା ସ୍ଥାପିତ ବିଶ୍ଵ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ରହିଅଛି । ଏହା ଚନ୍ଦ୍ରଭାଗା ଓ ବଙ୍ଗୋପ ସାଗର କୂଳରେ ଅବସ୍ଥିତ । କୋଣାର୍କରେ ବାର୍ଷିକ ନାଚ ଓ ଗୀତ ଉତ୍ସବ ପ୍ରତି ଡିସେମ୍ବର ମାସରେ ପାଳନ ହୁଏ । ଏଥିରେ ଅନେକ ଭାରତୀୟ ନାଚ ପ୍ରଦର୍ଶିତ ହୁଏ।