ମେ’ ୩ଠ ସୁଦ୍ଧା ସମ୍ପୂର୍ଣ୍ଣ କର

ଜଳସେଚନ ପ୍ରକଳ୍ପ ପାଇଁ ଜମି ହସ୍ତାନ୍ତର ଓ ଅଧିଗ୍ରହଣ
ଭୁବନେଶ୍ୱର (ବୁ୍ୟରୋ): ରାଜ୍ୟର ୧୨ଜିଲ୍ଲାରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ତ୍ୱରାନ୍ୱିତ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଅଛି । ବୈଠକରେ ରାଜସ୍ୱ କମିଶନର, ବିିଭାଗର ବରିଷ୍ଠ ଅଧିକାରୀ, ରିହାବିଲିଟେସନ ଓ ରସେଟଲମେଣ୍ଟ ନିଦେ୍ର୍ଦଶକ, ଜିଲ୍ଲା ଜମି ଅଧିଗ୍ରହଣ ଅଧିକାରୀ ଓ ଜଳସେଚନ ବିଭାଗ ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ ।
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତ୍ୱରିତ୍ ଜମି ଅଧିଗ୍ରହଣ ଉପରେ ଗୁରୁତ୍ୱାରୋପ କରିଥିଲେ । ସୁବର୍ଣ୍ଣରେଖା, ଆନନ୍ଦପୁର ବ୍ୟାରେଜ, କାନପୁର, ଦେଓ, ରେଙ୍ଗାଲୀ ବାମ ଓ ଦକ୍ଷିଣ, ଲୋୟର ସୁକତେଲ, ଛେଳିଗଡ଼, ତେଲେଙ୍ଗିରି, ରେତ ଓ ହାଡୁଆ ପ୍ରକଳ୍ପର ସମୀକ୍ଷା ହୋଇଥିଲା । ଗତ ସମୀକ୍ଷା ବୈଠକ ପରେ ଏସବୁ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇ ଜଳସେଚନ ବିଭାଗକୁ ହସ୍ତାନ୍ତର କରାଯାଇଛି ।
ଜମି ଅଧିଗ୍ରହଣ ବିଳମ୍ବିତ ହେବାରୁ ପ୍ରକଳ୍ପ ସମ୍ପୂର୍ଣ୍ଣ ହେବାପାଇଁ ରାଜ୍ୟ ସରକାରଙ୍କୁ ଅଧିକ ଅର୍ଥ ଖର୍ଚ୍ଚ କରିବାକୁ ପଡ଼ିଥାଏ । ସେଥିପାଇଁ ବିଭିନ୍ନ ଜମି ଅଧିଗ୍ରହଣ ଅଧିକାରୀମାନଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରକଳ୍ପର ସମ୍ପୂର୍ଣ୍ଣ କରିବାକୁ ତାଗିଦ କରାଯାଇଥିଲା । ଜମି ଅଧିଗ୍ରହଣ ନେଇ ଆବଶ୍ୟକ ଦସ୍ତାବିଜକୁ ଭୂମି ଅଧିଗ୍ରହଣ ପୋର୍ଟାଲ ମାଧ୍ୟମରେ ଉପଲବ୍ଧ କରାଇବାକୁ ନିଦେ୍ର୍ଦଶ ଦିଆଯାଇଥିଲା । ସମୟସୀମା ମଧ୍ୟରେ ସାମାଜିକ ପ୍ରଭାବ ଓ ପରିବେଶ ପ୍ରଭାବ ଆକଳନ ସାରିବାକୁ ନିଦେ୍ର୍ଦଶ ଦିଆଯାଇଥିଲା । ସମସ୍ତ ଜଳସେଚନ ପ୍ରକଳ୍ପ ପାଇଁ ମେ ମାସ ୩୦ ତାରିଖ ମଧ୍ୟରେ ଜମି ଅଧିଗ୍ରହଣ ପ୍ରକି୍ରୟା ସମ୍ପୂର୍ଣ୍ଣ କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିଦେ୍ର୍ଦଶ ଦେଇଥିଲେ ।
ଏଥିସହିତ ଏଲ୍ଏଆର୍ଆର୍ଏମ୍ଏସ୍ ପୋର୍ଟାଲ୍ ସଙ୍ଗେ ଆଇଏଫ୍ଏମ୍ଏସ୍ ପୋର୍ଟାଲ୍କୁ ସଂଯୋଗ କରି ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର୍ ମାଧ୍ୟମରେ ଜମି ମାଲିକଙ୍କୁ ଜମିର ନ୍ୟାୟୋଚିତ ପ୍ରାପ୍ୟ ଦେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ଜଳସେଚନ ଅଧିକାରୀ ଓ ଜମି ଅଧିଗ୍ରହଣ ଅଧିକାରୀମାନଙ୍କୁ ସମନ୍ୱୟ ରକ୍ଷା କରି ରାଜ୍ୟ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଜମି ଅଧିଗ୍ରହଣ ତ୍ୱରାନ୍ୱିତ ଓ ପ୍ରକଳ୍ପ ନିର୍ମାଣକୁ ଗୁରୁତ୍ୱ ଦେବାକୁ ନିଦେ୍ର୍ଦଶ ଦିଆଯାଇଥିଲା ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *