ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୧ଠ କୋଟି ଦେଲା ଓସିପିଏଲ୍

ଭୁବନେଶ୍ୱର (ବୁ୍ୟରୋ): ଓଡ଼ିଶା ସରକାରଙ୍କର ଏକମାତ୍ର ସରକାରୀ କୋଇଲା ଉଦ୍ୟୋଗ ଓଡ଼ିଶା କୋଲ୍‌ ଆଣ୍ଡ ପାୱାର ଲିମିଟେଡ୍ (ଓପିସିଏଲ୍) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (ସିଏମ୍ଆର୍ଏଫ୍)କୁ ୧୦ କୋଟି ଟଙ୍କା ପ୍ରଦାନ କରାଯାଇଛି ।
ଏହି ଉପଲକ୍ଷେ ଲୋକସେବା ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଶକ୍ତି ସଚିବ ନିକୁଞ୍ଜ ଧଳ ୧୦ କୋଟି ଟଙ୍କାର ଏକ ଚେକ୍‌ ମୁଖ୍ୟ ସଚିବ ସୁରେଶ ମହାପାତ୍ରଙ୍କୁ ପ୍ରଦାନ କରିଥିଲେ । ଓସିପିଏଲ୍ର ଲାଭାଂଶରୁ ଏହି ଅର୍ଥ ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଶକ୍ତିମନ୍ତ୍ରୀ କ୍ୟାପଟେନ୍‌ ଦିବ୍ୟଶଙ୍କର ମିଶ୍ର, ଓସିପିଏଲ୍‌ର ସିଇଓ ସାରିପୁତ୍ତ ମିଶ୍ର ଏବଂ ଅନ୍ୟାନ୍ୟ ବରିଷ୍ଠ ଅଫିସର୍‌ ମାନେ ଉପସ୍ଥିତ ଥିଲେ ।
ସୂଚନାଯୋଗ୍ୟ ଯେ ଓସିପିଏଲ ବହୁତ କମ୍‌ ସମୟ ମଧ୍ୟରେ ରାଜ୍ୟର ଏକ ପ୍ରମୁଖ ଲାଭଦାୟକ ସରକାରୀ ଉଦ୍ୟୋଗ ଭାବେ ପରିଗଣିତ ହୋଇଛି । ଦେଶରେ କୋଇଲା ସଙ୍କଟ ସମୟରେ ଓସିପିଏଲ୍‌ ଏବର୍ଷ ସରକାର ଧାର୍ଯ୍ୟ କରିଥିବା ଲକ୍ଷ୍ୟଠାରୁ ଅଧିକ କୋଇଲା ଉତ୍ପାଦନ କରିଛି । ଏହି କୋଇଲା ରାଜ୍ୟ ଏବଂ ରାଜ୍ୟ ବାହାରର ଅନେକ ଶିଳ୍ପାନୁଷ୍ଠାନରେ ବ୍ୟବହୃତ ହୋଇପାରିଛି । ଓସିପିଏଲ୍‌, ସୁନ୍ଦରଗଡ ଜିଲ୍ଲାର ମହିଳା ଏବଂ ଯୁବଗୋଷ୍ଠୀର ସଶକ୍ତିକରଣ ପାଇଁ ବିଭିନ୍ନ ପନ୍ଥା ମାଧ୍ୟମରେ ନିରନ୍ତର ଉଦ୍ୟମ ଜାରି ରଖିଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *