ଆଉ ୬ ମାସ ମାଗଣା ରାସନ୍

ଭୁବନେଶ୍ୱର,୧ା୪(ବୁ୍ୟରୋ): ଉକ୍ରଳ ଦିବସ ତଥା ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଡ଼ ଘୋଷଣା କରିଛନ୍ତି । ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍ଏଫ୍ଏସ୍ଏ)ରୁ ବଞ୍ଚିତ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆଉ ୬ ମାସ ପାଇଁ ଅତିରିକ୍ତ ମାଗଣା ଚାଉଳ ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନିଦେ୍ର୍ଦଶ ଦେଇଛନ୍ତି । ଏହାଫଳରେ ଏପ୍ରିଲ୍ରୁ ସେପ୍ଟେମ୍ବର ମାସ ଯାଏ ହିତାଧିକାରୀଙ୍କୁ ମାଗଣା ଚାଉଳ ମିଳିବ । ଏଥିରେ ରାଜ୍ୟର ୮.୦୯ ଲକ୍ଷ ହିତାଧିକାରୀ ଉପକୃତ ହେବେ । ଏ ବାବଦରେ ୯୧.୭୦ କୋଟି ଟଙ୍କା ଖର୍ଚ୍ଚ ହେବ ।
ଆସନ୍ତା ୬ ମାସ ପାଇଁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ମାଗଣାରେ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ମିଳିବ । ପ୍ରତ୍ୟେକ ହିତାଧିକାରୀ ଏପ୍ରିଲ ୨୦୨୨ରୁ ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ମାସିକ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପାଇବେ । ୨୪,୨୭୦ ଟନ୍‌ ଚାଉଳ ପ୍ରଦାନ କରାଯିବ । ଏଥିଲାଗି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ୯୧.୭୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନାମ ଲେଖାଇଥିବା ହିତାଧିକାରୀଙ୍କୁ ଏହି ସୁବିଧା ମିଳିବ । ଏଠାରେ ଉଲ୍ଲେଖଯୋଗ୍ୟ, ପୂର୍ବରୁ ଗତବର୍ଷ ଡିସେମ୍ବର ମାସରୁ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ରାଜ୍ୟ ହିତାଧିକାରୀଙ୍କୁ ମାଗଣା ଚାଉଳ ପ୍ରଦାନ କାର୍ଯ୍ୟକ୍ରମକୁ ବୃଦ୍ଧି କରାଯାଇଥିଲା ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *