ବିଧାନସୌଧ ଆଗରେ ହେବ ସାମୂହିକ ପରେଡ୍

ରାଜଧାନୀ ପ୍ରତିଷ୍ଠା ଦିବସ ପାଇଁ ଉଚ୍ଚସ୍ତରୀୟ ବୈଠକ
ଭୁବନେଶ୍ୱର (ବୁ୍ୟରୋ): ଏପ୍ରିଲ ୧୩ ତାରିଖ ଦିନ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ନିମନ୍ତେ ପ୍ରସ୍ତୁତିକୁ ଜୋରଦାର କରାଯାଇଛି । ଅତିରିକ୍ତ ମୁଖ୍ୟ ସଚିବ ତଥା ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।
ଲୋକସେବା ଭବନରେ ଆୟୋଜିତ ଏହି ବୈଠକରେ ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନର ଗୁରୁତ୍ୱ ସଂପର୍କରେ ଆଲୋକପାତ କରିଥିଲେ । ବିଭାଗର ନିଦେ୍ର୍ଦଶକ ଇନ୍ଦ୍ରମଣି ତ୍ରିପାଠୀ ଦିବସ ପାଳନର ପ୍ରସ୍ତାବିତ କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ । ରାଜଧାନୀ ପ୍ରତିଷ୍ଠା ଦିବସକୁ ରାଜଧାନୀ ଭୁବନେଶ୍ୱରର ଜନ୍ମଉତ୍ସବ ଭାବେ ପୂର୍ଣ୍ଣ ମର୍ଯ୍ୟାଦା ସହ ପାଳନ କରିବାକୁ ଶ୍ରୀ ଜେନା ନିଦେ୍ର୍ଦଶ ଦେଇଥିଲେ । ଏହି ଦିବସ ପାଳନରେ ସରକାରୀ ବିଭାଗ, ଭୁବନେଶ୍ୱର ମହାନଗର ନିଗମ, ଜନ ପ୍ରତିନିଧି, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟି ଓ ସାଂସ୍କୃତିକ ଅନୁଷ୍ଠାନମାନଙ୍କୁ ସାମିଲ କରି ଏହାକୁ ଏକ ଆକର୍ଷଣୀୟ ଜନ-ଉତ୍ସବରେ ପରିଣତ କରିବା ପାଇଁ ଶ୍ରୀ ଜେନା ନିଦେ୍ର୍ଦଶ ଦେଇଥିଲେ ।
୧୨ ତାରିଖ ଦିନ ମିଳିତ ପରେଡ୍ ଅଭ୍ୟାସ କରାଯିବ । ୧୩ ତାରିଖ ସକାଳ ୮ ଟାରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମିଳିତ ପରେଡ୍ରେ ଅଭିବାଦନ ଗ୍ରହଣ କରିବେ । ଏହି ପରେଡ୍ ବିଧାନସଭା ସୌଧ ଆଗରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକ ସମ୍ମୁଖ ରାସ୍ତାରେ ରବୀନ୍ଦ୍ର ମଣ୍ଡପଠାରୁ ଜୟଦେବ ଭବନ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ସନ୍ଧ୍ୟାରେ ସାଧାରଣ ସଭା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ସ୍ଥାନୀୟ ଉକ୍ରଳ ମଣ୍ଡପ ପରିସରରେ ଅନୁଷ୍ଠିତ ହେବ । ଏପ୍ରିଲ ୧୩ ତାରିଖ ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଆସନ୍ତା ବର୍ଷ ରାଜଧାନୀ ପ୍ରତିଷ୍ଠାର ୭୫ ବର୍ଷ ପୂର୍ତ୍ତି ହେଉଥିବାରୁ ଏହାକୁ ଏକ ମହୋତ୍ସବ ଭାବେ ପାଳନ କରିବା ନିମନ୍ତେ ଆଗୁଆ ପ୍ରସ୍ତୁତି କରିବାକୁ ଶ୍ରୀ ଜେନା ବିଏମ୍ସିକୁ ପରାମର୍ଶ ଦେଇଥିଲେ । ଅତିରିକ୍ତ ମୁଖ୍ୟ ସଚିବ ମଧୁସୂଦନ ପାଢ଼ୀ, ସୂଚନା ଓ ଲୋକ ସଂପର୍କ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ, ପୂର୍ତ୍ତ ବିଭାଗ ପ୍ରମୁଖସଚିବ ବୀର ବିକ୍ରମ ଯାଦବ, ବିଏମ୍ସି କମିଶନର ସଞ୍ଜୟ କୁମାର ସିଂ, ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ଡ଼ଃ ସନ୍ତୋଷ ବାଳା, ସୂଚନା ଓ ଲୋକ ସଂପର୍କ ବିଭାଗ ନିଦେ୍ର୍ଦଶକ ଇନ୍ଦ୍ରମଣି ତ୍ରିପାଠୀ, ଖୋର୍ଦ୍ଧାର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସଙ୍କ ସମେତ ସଂପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକର ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *