ଚିଲିକା ମତ୍ସ୍ୟଜୀବୀଙ୍କ ଜୀବନଜୀବିକାକୁ ଗୁରୁତ୍ୱ

ବ୍ରହ୍ମଗିରିରେ ହେବ ସଚେତନତା ଶିବିର
ଭୁବନେଶ୍ୱର, (ବୁ୍ୟରୋ): ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରସ୍ଥ ସର୍କିଟ୍ ହାଉସ୍ ସମ୍ମିଳନୀ କକ୍ଷଠାରେ ମତ୍ସ୍ୟଜୀବୀଙ୍କ କଲ୍ୟାଣ ନିମନ୍ତେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଚିଲିକା ମତ୍ସ୍ୟଜୀବୀଙ୍କ ଜୀବନଜୀବିକାରେ ଉନ୍ନତି ଆଣିବା ଉଦେ୍ଦଶ୍ୟରେ ବିଭିନ୍ନ ଯୋଜନା ନେଇ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ଶ୍ରୀ ଦାସବର୍ମା ରାଜ୍ୟ ସରକାରଙ୍କ ମତ୍ସ୍ୟଜୀବୀ ଉନ୍ନୟନ ଯୋଜନା ସମ୍ବନ୍ଧରେ ବ୍ୟାପକ ଜନସଚେତନତା ସୃଷ୍ଟି ଏବଂ ହିତାଧିକାରୀଙ୍କ ନିମନ୍ତେ ଶିବିର ଆୟୋଜନ ପୂର୍ବକ ମିଳୁଥିବା ସହାୟତା ପ୍ରଦାନ କରିବାକୁ ନିଦେ୍ର୍ଦଶ ଦେଇଥିଲେ ।
ବୈଠକରେ ଚିଲିକା ଉପରେ ନିର୍ଭରଶୀଳ ମତ୍ସ୍ୟଜୀବୀଙ୍କ ପାରମ୍ପରିକ ଡଙ୍ଗାକୁ ମୋଟର·ଳିତ କରିବା, ପୁରାତନ କାଠଡଙ୍ଗା ବଦଳରେ ନୂତନ ଡଙ୍ଗା ପ୍ରଦାନ ବ୍ୟବସ୍ଥାରେ ଚିଲିକା ମତ୍ସ୍ୟଜୀବୀଙ୍କୁ ପ୍ରାଥମିକତା ଦେବା, ରାଜ୍ୟ ମତ୍ସ୍ୟନୀତି ଅନୁଯାୟୀ ମତ୍ସ୍ୟଜୀବୀଙ୍କୁ ନୂତନ ଡଙ୍ଗା, ଜାଲ କ୍ରୟ ଉପରେ ପ୍ରଚଳିତ ରିହାତି ବ୍ୟବସ୍ଥା, ଖାରିପାଣି ଚିଙ୍ଗୁଡ଼ି ଚାଷ ପାଇଁ ପ୍ରୋତ୍ସାହନ ଇତ୍ୟାଦି ବିଷୟରେ ସମୀକ୍ଷା କରାଯାଇଥିଲା । ମତ୍ସ୍ୟଜୀବୀଙ୍କ ଉନ୍ନତି ନିମନ୍ତେ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ନେଇ ବ୍ୟାପକ ସଚେତନତା ସୃଷ୍ଟି ଉଦେ୍ଦଶ୍ୟରେ ଖୁବ୍ଶୀଘ୍ର ବାଲୁଗାଁ ଏବଂ ପୁରୀ ଅଞ୍ଚଳର ସମସ୍ତ ମତ୍ସ୍ୟଜୀବୀ ସମବାୟ ସମିତିର ସଦସ୍ୟମାନଙ୍କୁ ନେଇ ବ୍ରହ୍ମଗିରିଠାରେ ଏକ ସଚେତନତା ଶିବିର ଆୟୋଜନ କରାଯିବ ବୋଲି ଶ୍ରୀ ଦାସବର୍ମା ପ୍ରକାଶ କରିଥିଲେ । ସମୀକ୍ଷା ବୈଠକରେ ରାଜ୍ୟ ମତ୍ସ୍ୟ ନିଦେ୍ର୍ଦଶକ ସ୍ମୃତିରଞ୍ଜନ ପ୍ରଧାନ, ଅତିରିକ୍ତ ନିଦେ୍ର୍ଦଶକ ଦେବାନନ୍ଦ ଭଞ୍ଜ, ଯୁଗ୍ମ ନିଦେ୍ର୍ଦଶକ ପବିତ୍ର କୁମାର ବେହେରା ଏବଂ ପ୍ରତାପ ରଞ୍ଜନ ରାଉତ, ଉପନିଦେ୍ର୍ଦଶକ ବସନ୍ତ କୁମାର ଦାସ, ପୁରୀ ଓ ବାଲୁଗାଁର ଜିଲ୍ଲା ମତ୍ସ୍ୟ ଅଧିକାରୀ, ଅତିରିକ୍ତ ମତ୍ସ୍ୟ ଅଧିକାରୀ ରବୀନ୍ଦ୍ର କୁମାର ମହାନ୍ତି, ବାଲୁଗାଁ, ପୁରୀ ଓ ବ୍ରହ୍ମଗିରି ଅଞ୍ଚଳର ସମସ୍ତ ମତ୍ସ୍ୟ ସମବାୟ ସମିତିର କର୍ମକର୍ତ୍ତା ଏବଂ ବରିଷ୍ଠ ରାଜନେତା ତଥା ସମାଜସେବୀ କେଦାରନାଥ ଜେନା ଉପସ୍ଥିତ ଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *