୧୨୮ କୋଟିର ପ୍ରକଳ୍ପକୁ ମଞ୍ଜୁରି

ଭୁବନେଶ୍ୱର (ବୁ୍ୟରୋ): ‘ମୋ ସ୍କୁଲ୍ ଅଭିଯାନ’ର ବରିଷ୍ଠ ଅଧିକାରୀମାନେ ୨୦ଟି ଜିଲ୍ଲା ଗସ୍ତ କରି ୬୯ଟି ବ୍ଲକ୍ରେ ପୁରାତନ ଛାତ୍ରଛାତ୍ରୀମାନଙ୍କ ସହ ଆଲୋଚନା କରିବା ସହ ଆଗାମୀ ଦିନରେ ‘ମୋ ସ୍କୁଲ୍’ ଦ୍ୱାରା ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସ୍ୱେଚ୍ଛାକୃତ ଭାବରେ କାର୍ଯ୍ୟ କରିବାକୁ ବ୍ଲକ୍ସ୍ତରରେ ପୁରାତନ ଛାତ୍ରଛାତ୍ରୀଙ୍କୁ ନିବେଦନ କରିଛନ୍ତି । ସ୍କୁଲ୍ ଓ ବ୍ଲକ୍ସ୍ତରରେ ସ୍ୱେଚ୍ଛାସେବୀମାନଙ୍କର ଦକ୍ଷତା ବିକାଶ ପାଇଁ ସ୍ୱତନ୍ତ୍ର ପ୍ରଶିକ୍ଷଣ ଦିଆଯିବ । ଖରାଛୁଟି ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ବିଭିନ୍ନ ଶିକ୍ଷଣୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି ।
ବୁଧବାର ‘ମୋ ସ୍କୁଲ୍ ଅଭିଯାନ’ର ୩୩ତମ କାର୍ଯ୍ୟନିର୍ବାହୀ ପରିଷଦର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୨୭ଟି ଜିଲ୍ଲାର ମୋଟ ୧୨୮ କୋଟି ୩୨ ଲକ୍ଷ ଟଙ୍କାର ପ୍ରକଳ୍ପକୁ ଅନୁମୋଦନ ମିଳିଛି । ଗତ ୧ ମାସ ମଧ୍ୟରେ ୧୮ ହଜାରରୁ ଊଦ୍ଧ୍ୱର୍ ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍ ଅଭିଯାନ’ ସହ ଯୋଡ଼ିହୋଇଛନ୍ତି । ସେମାନେ ନିଜ ନିଜ ବିଦ୍ୟାଳୟର ବିକାଶ ପାଇଁ ୬ କୋଟି ୪୫ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି । ବିଭିନ୍ନ ସିଏସ୍ଆର ପାଣ୍ଠିରୁ ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକର ବିକାଶ ପାଇଁ ମୋ ସ୍କୁଲ୍ ଅଭିଯାନକୁ ୩୬ କୋଟି ୨୪ ଲକ୍ଷ ଟଙ୍କାର ଅନୁଦାନ ଆସିଛି । ପୁରାତନ ଛାତ୍ରଛାତ୍ରୀ ଏବଂ ସିଏସ୍ଆର ପାଣ୍ଠି ଅନୁଦାନ ସହ ରାଜ୍ୟ ସରକାରଙ୍କ ଦୁଇଗୁଣା ଆର୍ଥôକ ସହାୟତାକୁ ମିଶାଇ ମୋଟ ୧୨୮ କୋଟି ୩୨ ଲକ୍ଷ ଟଙ୍କାର ପ୍ରକଳ୍ପକୁ କାର୍ଯ୍ୟନିର୍ବାହୀ ପରିଷଦ ଅନୁମୋଦନ ପ୍ରଦାନ କରିଛି । ବର୍ତ୍ତମାନ ସୁଦ୍ଧା ମୋଟ ୬ ଲକ୍ଷ ୬୧ ହଜାର ପୁରାତନ ଛାତ୍ରଛାତ୍ରୀ ‘ମୋ ସ୍କୁଲ୍ ଅଭିଯାନ’ ମାଧ୍ୟମରେ ସ୍କୁଲ୍ଗୁଡ଼ିକୁ ଆର୍ଥôକ ସହାୟତା ପ୍ରଦାନ କରିଛନ୍ତି । ବୌଦ୍ଧ ଜିଲ୍ଲାର ସମସ୍ତ ସ୍କୁଲ୍ ‘ମୋ ସ୍କୁଲ୍ ଅଭିଯାନ’ରେ ଅନ୍ତର୍ଭୁକ୍ତ ହୋଇଥିବାବେଳେ ରାଜ୍ୟର ପ୍ରଥମ ଜିଲ୍ଲା ଭାବରେ ବୌଦ୍ଧ ଏହି ସଫଳତା ହାସଲ କରିଛି । ରାଜ୍ୟର ସରକାରୀ ବିଦ୍ୟାଳୟଗୁଡ଼ିକରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ କୋଡିଂ ଶିକ୍ଷା ପ୍ରତି ଆକୃଷ୍ଟ କରିବାକୁ ହାଇସ୍କୁଲ୍ ଟ୍ରାନ୍ସଫର୍ମେସନ କାର୍ଯ୍ୟକ୍ରମ ଅଧୀନରେ ରୂପାନ୍ତରିତ ହୋଇଥିବା ୧୦୦୦ ସ୍କୁଲ୍ରେ ‘କୋଡ୍ କ୍ଲବ୍’ ପ୍ରତିଷ୍ଠା କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଥିବା ‘ମୋ ସ୍କୁଲ୍’ ଅଭିଯାନ ମୁଖ୍ୟ ପରିଚାଳନା ଅଧିକାରୀ ଅମରଜିତ ଜେନା ସୂଚନା ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *