ବିକାଶ ପାଇଁ ସମ୍ମିଳିତ ପ୍ରୟାସ ଲୋଡ଼ା

୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର (ବୁ୍ୟରୋ): ରାଜଧାନୀ ଭୁବନେଶ୍ୱରକୁ ଏକ ସମୃଦ୍ଧ ଓ ବିକଶିତ ନଗରୀରେ ପରିଣତ କରିବା ପାଇଁ ଯୋଜନାବଦ୍ଧ କାର୍ଯ୍ୟକ୍ରମ ହାତକୁ ନିଆଯିବା ଆବଶ୍ୟକ । ଏ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁସବୁ ପଦକ୍ଷେପ ନିଆଯାଉଛି ତାହାକୁ ଶୃଙ୍ଖଳିତ ଭାବରେ କାର୍ଯ୍ୟକାରୀ କରିବାକୁ ସମ୍ମିଳିତ ପ୍ରଚେଷ୍ଟାର ଜରୁରୀ ଆବଶ୍ୟକତା ରହିଛି ବୋଲି ଓଡ଼ିଶା ବିଧାନସଭାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ମତବ୍ୟକ୍ତ କରିଛନ୍ତି ।
ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ, ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଭୁବନେଶ୍ୱର ମହାନଗର ନିଗମ ଏବଂ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ଆନୁକୂଲ୍ୟରେ ଆୟୋଜିତ ୭୪ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉତ୍ସବ ଅନୁଷ୍ଠିତ ହୋଇଛି । ବିଧାନସଭା ସମ୍ମୁଖସ୍ଥ ରାଜଧାନୀ ଶିଳାନ୍ୟାସ ଫଳକ ଠାରେ ଏକ ଚିତ୍ତାକର୍ଷକ ବେସାମରିକ ପ୍ୟାରେଡ୍ ଓ ମାର୍ଚ୍ଚପାଷ୍ଟ ଆୟୋଜିତ ହୋଇଥିଲା । ବାଚସ୍ପତି ଶ୍ରୀ ପାତ୍ର ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ପତାକା ଉତ୍ତୋଳନ କରିବା ସହ ବେସାମରିକ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ ।
ଏହି ଉତ୍ସବରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ପ୍ରଫୁଲ୍ଲ ସାମଲ, ବିଧାୟକ ସୁରେଶ କୁମାର ରାଉତରାୟ, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଏମ୍ସିର ମେୟର ସୁଲୋଚନା ଦାସ ଓ ଡେପୁଟି ମେୟର ମଞ୍ଜୁଲତା କହଁର, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ, ସୂଚନା ଓ ଲୋକସଂପର୍କ ନିଦେ୍ର୍ଦଶକ ଇନ୍ଦ୍ରମଣି ତି୍ରପାଠୀ, ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର, ପୁଲିସ କମିଶନର ସୌମେନ୍ଦ୍ର ପି୍ରୟଦର୍ଶୀ, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ସ୍ୱାଇଁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କମିଟିର ସାଧାରଣ ସଂପାଦକ ସାମ୍ବାଦିକ ସନତ ମିଶ୍ର ସ୍ୱାଗତ ଭାଷଣ ଦେଇଥିଲେ । କମିଟିର ଉପସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୁ୍ୟମ୍ନ କୁମାର ମହାନ୍ତି ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ୧୩ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ‘ରାଜଧାନୀ ଗୌରବ ସମ୍ମାନ-୨୦୨୨’ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *