୨ଠ୨୪ରେ ମାଲକାନଗିରି ଏୟାରପୋର୍ଟ
ଭୁବନେଶ୍ୱର (ବୁ୍ୟରୋ): ମାଲକାନଗିରି ବିମାନ ବନ୍ଦର ନିମନ୍ତେ ଜମି ଅଧିଗ୍ରହଣ କାର୍ଯ୍ୟ ସରିଛି । ଜଙ୍ଗଲ ଜମି କିସମ ପରିବର୍ତ୍ତନ ପାଇଁ ଅନୁମତି ମିଳି ସାରିଛି । ବିମାନବନ୍ଦର ଜମିର ଚତୁଃପାଶ୍ୱର୍ ଆବଦ୍ଧ କରାଯାଇଛି । ନିର୍ମାଣ କାର୍ଯ୍ୟ ନିମନ୍ତେ ଟେଣ୍ଡର ଆହ୍ୱାନ କାର୍ଯ୍ୟ ତ୍ୱରାନ୍ୱିତ କରାଯାଉଛି । ଖୁବ୍ଶୀଘ୍ର କ୍ଷେତ୍ରସ୍ତରୀୟ କାର୍ଯ୍ୟ ଆରମ୍ଭ ହେବ । ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇଥିବା ୨୦୨୪ ମସିହା ପ୍ରଥମ ଭାଗରେ ଏହି ବିମାନବନ୍ଦରକୁ କାର୍ଯ୍ୟକ୍ଷମ କରାଯିବ ବୋଲି ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି ।
ଶ୍ରୀ ମହାପାତ୍ର ମାଲକାନଗିରି ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି । ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ଜିଲ୍ଲାରେ କାର୍ଯ୍ୟକାରୀ ହୋଇଥିବା ଉନ୍ନୟନ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ । ବୈଠକରେ ମୁଖ୍ୟତଃ ରାସ୍ତାଘାଟ ଓ ପୋଲ ନିର୍ମାଣ, ଦୂର ଦୂରାନ୍ତ ସ୍ଥାନକୁ ଗମନାଗମନ ସୁବିଧା, ବିଦୁ୍ୟତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ଉଦ୍ୟାନ, କୃଷି, ମତ୍ସ୍ୟଚାଷ, ଜଳସେଚନ ଓ ବିବିଧ ଶସ୍ୟ ଉପ୍ତାଦନ ଆଦି ବିଷୟରେ ସବିଶେଷ ସମୀକ୍ଷା ହୋଇଥିଲା । ସମସ୍ତ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟକାରୀ କରିବା ନିମନ୍ତେ ମୁଖ୍ୟ ସଚିବ ଶ୍ରୀ ମହାପାତ୍ର ବୈଠକରେ ଉପସ୍ଥିତ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ନିଦେ୍ର୍ଦଶ ଦେଇଥିଲେ । ଜିଲ୍ଲାର ପ୍ରାକୃତିକ ଓ ମାନବ ସମ୍ବଳ ଉପଯୋଗୀ ବିଭିନ୍ନ ପ୍ରକାରର ଜିବୀକା ନିର୍ବାହ ପନ୍ଥା ଶୀଘ୍ର କାର୍ଯ୍ୟକ୍ଷମ କରି ବର୍ଷତମାମ ଆୟର ସୁଯୋଗ ସୃଷ୍ଟି ପାଇଁ ସେ ନିଦେ୍ର୍ଦଶ ଦେଇଥିଲେ ।
ବୈଠକ ପରେ ସାମ୍ବାଦିକମାନଙ୍କର ପ୍ରଶ୍ନ ଉତ୍ତର ଦେଇ ମୁଖ୍ୟ ସଚିବ କହିଥିଲେ ଯେ ସ୍ୱାଭିମାନ ଅଞ୍ଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଯୋଜନାଗୁଡିକୁ ଜିଲ୍ଲାରେ କାର୍ଯ୍ୟକାରୀ କରାଯାଉଛି । ସମଗ୍ର ଜିଲ୍ଲା ପାଇଁ ଜଳ ଯୋଗାଣ ପ୍ରକଳ୍ପ ପ୍ରସ୍ତୁତ କରାଯାଇଛି । ବାଲିମେଳା ସହରାଞ୍ଚଳର ଶତପ୍ରତିଶତ ଗୃହକୁ ପାଇପ ମାଧ୍ୟମରେ ଜଳଯୋଗାଣ କରାଯାଉଛି । ମାଲକାନଗିରି ସହରାଞ୍ଚଳର ସମସ୍ତ ଗୃହକୁ ଖୁବ୍ଶୀଘ୍ର ଜଳ ଯୋଗାଣ ପାଇପ୍ ସଂଯୋଗ ଦିଆଯିବ । ସ୍ଥାନୀୟ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ ବିରସେନ ପ୍ରଧାନ, ଏସ୍ପି ନିତେଶ ୱାଧ୍ୱାନୀ, ପ୍ରକଳ୍ପ ନିଦେ୍ର୍ଦଶକ ବାଲମୁକୁନ୍ଦ ଭୂୟାଁଙ୍କ ସମେତ, ବନଖଣ୍ଡ ଅଧିକାରୀ ଓ ବିଭିନ୍ନ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।