ଖୁବ୍ ଶୀଘ୍ର ପ୍ରସ୍ତୁତ ହେବ ମାଷ୍ଟରପ୍ଲାନ୍
ନୀଳମାଧବ ପୀଠ ପରିଦର୍ଶନ କଲେ ୫-ଟି ସଚିବ
ଭୁବନେଶ୍ୱର (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଦଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି କେ ପାଣ୍ଡିଆନ୍ କଣ୍ଟିିଲୋ ନୀଳମାଧବ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ ସ୍ଥାନୀୟ ଲୋକ ଓ ସେବାୟତଙ୍କ ସହିତ ଆଲୋଚନା କରିଥିଲେ ।
ନୟାଗଡ଼ ଜିଲ୍ଲାର କଣ୍ଟିଲୋ ଏକ ପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନସ୍ଥଳୀ । ମହାନଦୀ କୂଳରେ ନୀଳମାଧବ ପୀଠର ଶୋଭା ଅତ୍ୟନ୍ତ ମନୋରମ । ୫-ଟି କାର୍ଯ୍ୟକ୍ରମରେ ଏହି ପୀଠର ବିକାଶ କରି ଅଧିକ ପର୍ଯ୍ୟଟକଙ୍କୁ ସେଠାକୁ କିପରି ଆକୃଷ୍ଟ କରାଯାଇପାରିବ, ସେ ସମ୍ପର୍କରେ ସରକାର ପଦକ୍ଷେପ ନେଉଛନ୍ତି । ଏହାସହିତ ଏଠାକୁ ଆସୁଥିବା ଭକ୍ତମାନଙ୍କ ସୁବିଧା ପାଇଁ ମଧ୍ୟ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବ । ଏଥି ନିମନ୍ତେ ଖୁବ୍ଶୀଘ୍ର ଏକ ମାଷ୍ଟର ପ୍ଲାନ୍ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରାଯିବ ବୋଲି ଜଣାଯାଇଛି ।
ଏଥିପାଇଁ ପୂର୍ତ୍ତ ବିଭାଗକୁ ଦାୟିତ୍ୱ ଦିଆଯାଇଛି । ଏହି କାର୍ଯ୍ୟକ୍ରମର ସଫଳ କାର୍ଯ୍ୟକାରିତା ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଥିଲା । ଏହି ପରଦର୍ଶନ ସମୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ, ନୟାଗଡ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।