ଜ୍ଞାନର କେନ୍ଦ୍ର ହେବ ସୁଆଣ୍ଡୋ
ଉକ୍ରଳମଣିଙ୍କ ଜନ୍ମପୀଠ ବିକାଶ ଅନୁଧ୍ୟାନ କଲେ ୫-ଟି ସଚିବ
ପୁରୀ (ବୁ୍ୟରୋ): ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଓଡ଼ିଆ ଜାତିର ଗର୍ବ ଓ ଗୌରବ । ଓଡ଼ିଆ ଜାତି ପାଇଁ ତାଙ୍କ ତ୍ୟାଗକୁ ଏ ଜାତି କେବେ ଭୁଲିପାରିବ ନାହିଁ । ତାଙ୍କ ଜନ୍ମସ୍ଥାନ ପ୍ରତି ଓଡ଼ିଆଙ୍କର ତୀର୍ଥ କ୍ଷେତ୍ର । ଗୋପବନ୍ଧୁଙ୍କ ଜନ୍ମପୀଠ ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମ କେବଳ ଏକ ପର୍ଯ୍ୟଟନସ୍ଥଳୀ ନୁହେଁ ଏକ ଜ୍ଞାନର କେନ୍ଦ୍ର ଭାବେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଦଶକ୍ରମେ କାମ ଆରମ୍ଭ ହୋଇଛି ।
୫-ଟି ସଚିବ ଭି କେ ପାଣ୍ଡିଆନ ଉକ୍ରଳମଣି ଗୋପବନ୍ଧୁଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପ୍ରଥମେ ସେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପରେ ସୁଆଣ୍ଡୋ ଗ୍ରାମରେ ଜାରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଅଧିକାରୀମାନଙ୍କ ସହ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ । ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥ ନିକଟ ପଟ୍ଟନାୟିକିଆ ଛକରେ ପର୍ଯ୍ୟଟକଙ୍କ ସୁବିଧା ପାଇଁ ସୂଚନା କେନ୍ଦ୍ର ଓ ପଟ୍ଟନାୟିକିଆ ଠାରୁ ସୁଆଣ୍ଡୋ ସ୍ଥିତ ଗୋପବନ୍ଧୁଙ୍କ ଷଠିଘର ଓ ମୁ୍ୟଜିୟମ ପର୍ଯ୍ୟନ୍ତ ଜାରି ରାସ୍ତା ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ସଂଗ୍ରାହଳାୟ ପରିସରରେ ପୁଷ୍କରିଣୀ, ସଂଗ୍ରହାଳୟ ଗୃହ, ପ୍ରତିମୂର୍ତ୍ତି ସ୍ଥାପନ ପିଣ୍ଡି, ପିଲାମାନଙ୍କ ପାଇଁ ପାର୍କ ନିର୍ମାଣ କାର୍ଯ୍ୟ ପରିଦର୍ଶନ କରିଥିଲେ । ବିଶେଷ କରି ସୁଆଣ୍ଡୋରେ ଗୋପବନ୍ଧୁଙ୍କ ପନ୍ଦର ଫୁଟ୍ ଉଚ୍ଚର ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ ନେଇ ସେ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ । ପ୍ରାୟ ୨୪କୋଟି ଟଙ୍କା ବ୍ୟୟରେ ନିର୍ମାଣ କରାଯାଉଥିବା ଏହି ସମସ୍ତ ପ୍ରକଳ୍ପ କାର୍ଯ୍ୟକୁ ଶୀଘ୍ର ଏବଂ ସୁଚାରୁରୂପେ ଶେଷ କରିବା ନେଇ ଲକ୍ଷ୍ୟ ରଖାଯାଇଛି । ଦୀର୍ଘ ୫୦ବର୍ଷ ପରେ ସୁଆଣ୍ଡୋ ଗ୍ରାମର ଏଭଳି ଉନ୍ନତିକରଣ କାର୍ଯ୍ୟ କରାଯାଉଥିବା ନେଇ ସୁଆଣ୍ଡୋବାସୀ ବେଶ ଗୌରାବାନ୍ୱିତ ମନେ କରିଥିବା ବେଳେ ସରକାରଙ୍କ ଏଭଳି ପ୍ରଚେଷ୍ଟାକୁ ସାଧୁବାଦ ଜଣାଇଛନ୍ତି ।
ଏଥିସହ ସଂଗ୍ରାହଳୟକୁ ଲାଗି ପରିକ୍ରମା ମାର୍ଗ ଓ ପର୍ଯ୍ୟଟକମାନଙ୍କ ପାଇଁ ଗାଡ଼ି ପାର୍କଂ ନିମନ୍ତେ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ସେ ସମୀକ୍ଷା କରିଥିଲେ । ଖୁବ୍ଶୀଘ୍ର କାର୍ଯ୍ୟ ଶେଷ କରିବାକୁ ୫-ଟି ସଚିବ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ଗସ୍ତ ଅବସରରେ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ସୁଭାଷ ଚନ୍ଦ୍ର ନାଥଶର୍ମା, ଓଡ଼ିଶା ସେତୁ ନିର୍ମାଣ ନିଗମ ଓ ବିଭାଗୀୟ ଅଧିକାରୀ ଏବଂ ଗୋପବନ୍ଧୁଙ୍କ ଅଣନାତି ଧୀରେନ୍ଦ୍ର ନାଥ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।