ରାଜଧାନୀରେ ଗର୍ଜିଲେ ପାଇକ

ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ଦାବି
ଭୁବନେଶ୍ୱର (ବୁ୍ୟରୋ): ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ଦାବି ଓ ପାଇକ ରେଜିମେଣ୍ଟ ଗଠନ ଆଦି ଦାବି ନେଇ ଭୁବନେଶ୍ୱରରେ ବିଶାଳ ପାଇକ ଆଖଡ଼ା ଜନଗର୍ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି । ମାଷ୍ଟର କ୍ୟାଣ୍ଟିନ ଛକରୁ ହଜାର ହଜାର ପାଇକ ଏକ ବିରାଟ ଶୋଭାଯାତ୍ରାରେ ପାରମ୍ପରିକ ବେଶପୋଷକ ପରିଧାନ କରି ଖଣ୍ଡା, ତଲୱାର, ଗଦା, ମୁଦ୍ଗର ଆଦି ଧରି ପାଇକ ଆଖଡ଼ା ପ୍ରଦର୍ଶନ କରି, ରଣ କୁହାଟ ଦେଇ ରାମ ମନ୍ଦିର ଛକ ଅତିକ୍ରମ କରି ପ୍ରଦର୍ଶନୀ ପଡ଼ିଆରେ ପହଞ୍ଚôଥିଲା । ସେଠାରେ ଏକ ବିରାଟ ସମାବେଶ ଅନୁଷ୍ଠିତ ହୋଇଥିଲା ।
ଏହି ସମାବେଶରେ ଓଡ଼ିଶା ବୀର ମହାସଂଘର ସଭାପତି ଡଃ ପ୍ରକାଶ ଶ୍ରୀଚନ୍ଦନ ଓ ସାଧାରଣ ସମ୍ପାଦକ ତଥା ପୂର୍ବତନ ବିଧାୟକ ଡ଼ଃ ଦିଲ୍ଲୀପ ଶ୍ରୀଚନ୍ଦନ କହିଥିଲେ ଯେ, ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ପାଇକ ବିଦ୍ରୋହ ବି୍ରଟିଶମାନଙ୍କ ବିରୁଦ୍ଧରେ ଆରମ୍ଭ ହୋଇଥିଲା ଓଡ଼ିଶାର ଖୋର୍ଦ୍ଧା ମାଟିରୁ । ତେଣୁ ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମ ବୋଲି ତକ୍ରାଳୀନ ରାଷ୍ଟ୍ରପତି ପ୍ରଣବ ମୁର୍ଖାଜୀ ପାଇକ ବିଦ୍ରୋହର ଦୁଇଶହ ବର୍ଷ ପୂର୍ତ୍ତି ଉତ୍ସବ ଦିଲ୍ଲୀର ବିଜ୍ଞାନ ଭବନରେ ପାଳନ ଅବସରରେ ମତବ୍ୟକ୍ତ କରିଥିଲେ । କିନ୍ତୁ ବର୍ତ୍ତମାନ ଏହାକୁ ଅସ୍ୱୀକାର କରାଯିବା ଓଡ଼ିଶାର ଜନସାଧାରଣଙ୍କ ସ୍ୱାଭିମାନ ପ୍ରତି ଏହା ଏକ ବିଶେଷ କୁଠାରଘାତ । ପାଇକ ବିଦ୍ରୋହକୁ ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ପ୍ରଦାନ କରିବା ସହିତ ଯଥାଶୀଘ୍ର ଓଡ଼ିଶାରେ ପାଇକ ରେଜିମେଣ୍ଟ ଗଠନ କରାଯାଉ । ଯେପର୍ଯ୍ୟନ୍ତ ଆମର ଦାବି ପୂରଣ ନହୋଇଛି, ପର୍ଯ୍ୟାୟକ୍ରମେ ଏହିଭଳି ଆନେ୍ଦାଳନ ଆଗାମୀ ଦିନରେ ଭୟଙ୍କର ଭାବେ କରାଯିବ । ଏହି ଦାବି ପୂରଣ ପାଇଁ ଦିଲ୍ଲୀର ରାମଲୀଳା ମୈଦାନ, ଲାଲକିଲ୍ଲା ଆଦିରେ ହଜାର ହଜାର ପାଇକ ଯାଇ ବିପ୍ଲବ କରିବା ସହିତ ସମସ୍ତ ଐତିହାସିକ ତଥ୍ୟ ସହ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯିବ ।
ଏଥିରେ ବିଧାୟକ ସୁରେଶ କୁମାର ରାଉତରାୟ ଯୋଗଦେଇ କହିଲେ ଯେ, ଏହିସବୁ ଦାବି ସହ ରାଜ୍ୟ ସରକାର ଯଥାଶୀଘ୍ର ବରୁଣେଇ ଠାରେ ରାଷ୍ଟ୍ରପତି ଶିଳାନ୍ୟାସ କରିଥିବା ସ୍ଥାନକୁ ବିନା ମୂଲ୍ୟରେ ଯୋଗାଇ ଦିଅନ୍ତୁ । ଏହି ସମାବେଶ ପାଇଁ ପୁରୀରୁ ଶ୍ରୀଜଗନ୍ନାଥଙ୍କ ଆଜ୍ଞାମାଳ ଆଣି ଆସିଥିଲେ ବିଶିଷ୍ଟ ସଂଗଠକ ଓ ଗୀତିକାର ବଦ୍ରୀନାରାୟଣ ମିଶ୍ର ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *