ଚନ୍ଦନଯାତ୍ରା ଓ ଅକ୍ଷୟ ତୃତୀୟା ପାଇଁ ପ୍ରସ୍ତୁତି ବୈଠକ

ପୁରୀ (ବୁ୍ୟରୋ): ଆସନ୍ତା ମାସ ୩ ତାରିଖରେ ଶ୍ରୀମନ୍ଦିରରେ ପାଳିତ ହେବ ମହାପ୍ରଭୁଙ୍କ ଚନ୍ଦନଯାତ୍ରା । ଚଳିତବର୍ଷ ଯେପରି ଶୃଙ୍ଖଳିତ ଭାବରେ ମହାପ୍ରଭୁଙ୍କ ଚନ୍ଦନଯାତ୍ରା ଅନୁଷ୍ଠିତ ହେବ ସେ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏହି ଯାତ୍ରା ପାଇଁ ମହାପ୍ରଭୁଙ୍କର ନୀତିର ସମୟ ନିଘଣ୍ଟ ହୋଇଥିବା ବେଳେ କିପରି ଶାନ୍ତିଶୃଙ୍ଖଳାର ସହ ଯାତ୍ରା ସମାପନ ହେବ ସେ ନେଇ ନିଷ୍ପତ୍ତି ହୋଇଛି । ସେହିପରି ଉକ୍ତ ଦିନ ଠାରୁ ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ବର୍ତ୍ତମାନ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ତାହାକୁ ଦୃଷ୍ଟିରେ ରଖି ମହାରଣା ସେବକଙ୍କ ଲାଗି ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ । ରଥଖଳାକୁ ଭଲ ଭାବରେ ଛାଇ କରାଯିବ ଏବଂ ବିଶୁଦ୍ଧ ପାନୀୟ ବ୍ୟବସ୍ଥା କରାଯିବ ।
ଅନ୍ୟପକ୍ଷରେ ଏହିଯାତ୍ରା ୨୧ ଦିନ ଧରି ଚାଲିବ । ଦୀର୍ଘ ୨ବର୍ଷ ପରେ ଭକ୍ତଙ୍କ ଗହଣରେ ମହାପ୍ରଭୁ ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡ଼ା କରିବେ । ସେଥିଲାଗି ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିବାକୁ ସେବାୟଙ୍କ ପକ୍ଷରୁ ପ୍ରସ୍ତାବ ଦେଇଥିଲେ । ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ପବିତ୍ର ଚନ୍ଦନଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ କରିବାକୁ ଉଦ୍ୟମ ଜାରି ରହିଥିବା ଜିଲ୍ଲାପାଳ ସୂଚନା ଦେଇଥିଲେ । ବୈଠକରେ ଏସପ୍ି କନୱାର ବିଶାଲ ସିଂ, ଶ୍ରୀମନ୍ଦିରର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନାଙ୍କ ସମେତ ସେବାୟତ ଓ ସମସ୍ତ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *