ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀର ଭୂମିପୂଜା
ପୁରୀ (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟରେ ପ୍ରାକୃତିକ ବିପର୍ଯ୍ୟୟ ଭଳି କଠିନ ପରିସ୍ଥିତିକୁ ମୁକାବିଲା ଓ ସୁରକ୍ଷା ଦେବା ପାଇଁ ବିଭିନ୍ନ ଯୁଗାନ୍ତକାରୀ ଯୋଜନା ଦ୍ୱାରା ଆମ ଓଡ଼ିଶା ସମଗ୍ର ଦେଶରେ ପ୍ରଥମ ହୋଇପାରିଛି । ଏହି ଯୋଜନାକୁ ଅଧିକ ସଶକ୍ତ କରିବା ପାଇଁ ଆଜି ପୁରୀ ସଦର ବ୍ଲକ୍ ପ୍ରତାପ ରାମଚନ୍ଦ୍ରପୁର ପଞ୍ଚାୟତ ପାଟେଳି ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟ ଠାରେ ଲୋକମାନଙ୍କୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନୂତନ ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀର ଭୂମିପୂଜା ଅନୁଷ୍ଠିତ ହୋଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ୍ତ କୁମାର ସାହୁ, ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ରାମପ୍ରସାଦ ଆଚାର୍ଯ୍ୟ, ସଦର ବ୍ଲକ୍ ତହସିଲ୍ଦାର ରବୀନ୍ଦ୍ର କୁମାର ପ୍ରଧାନ ଓ ଜିଲ୍ଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ନୁନୁ ମିଶ୍ର, ସରପଞ୍ଚ ଦେବପ୍ରିୟ ଦାସ ଓ ସମିତି ସଭ୍ୟା ମିତା ମାର୍ଥା ପ୍ରମୁଖ ଉପସ୍ଥିତ ଥିଲେ ।