ତ୍ୱରିତ କାର୍ଯ୍ୟାନ୍ୱୟନ ପାଇଁ ନିଦେ୍ର୍ଦଶ

ପର୍ଯ୍ୟଟନ ପ୍ରକଳ୍ପ ସମୀକ୍ଷା କଲେ ମୁଖ୍ୟ ସଚିବ
ଭୁବନେଶ୍ୱର (ବୁ୍ୟରୋ): ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଭିତରକନିକା, ନୃସିଂହନାଥ ଓ ହରିଶଙ୍କର ଆଦି ସ୍ଥାନରେ ପର୍ଯ୍ୟଟନ ପ୍ରକଳ୍ପଗୁଡିକର ଅଗ୍ରଗତି ସମୀକ୍ଷା କରି ପୂର୍ତ୍ତ ବିଭାଗ ମାଧ୍ୟମରେ ତ୍ୱରିତ କାର୍ଯ୍ୟାନ୍ୱୟନ ପାଇଁ ନିଦେ୍ର୍ଦଶ ଦେଇଛନ୍ତି । ଲୋକସେବା ଭବନ ସଭାଗୃହରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ପର୍ଯ୍ୟଟନ ବିଭାଗ ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ପ୍ରକଳ୍ପର ବିଭିନ୍ନ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ ।
ପ୍ରକଳ୍ପଗୁଡିକର ସ୍ଥିତି ସମୀକ୍ଷା କରି ତୁରନ୍ତ ଟେଣ୍ଡର ପ୍ରକ୍ରିୟା ଶେଷ କରିବାକୁ ପୂର୍ତ୍ତ ବିଭାଗକୁ କୁହାଯାଇଥିଲା । ଭିତରକନିକାରେ ସୃଷ୍ଟି କରାଯାଉଥିବା ପର୍ଯ୍ୟଟନ ସଂପତ୍ତିର ରକ୍ଷଣାବେକ୍ଷଣ ଏବଂ ନିରନ୍ତର ପରିଚାଳନା ନିମନ୍ତେ ଉପଯୁକ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ମହାପାତ୍ର ଜଙ୍ଗଲ, ପରିବେଶ ବିଭାଗକୁ ନିଦେ୍ର୍ଦଶ ଦେଇଥିଲେ । ପରି·ଳନା ଓ ରକ୍ଷଣାବେକ୍ଷଣ ନିମନ୍ତେ ସମସ୍ତ ଷ୍ଟେକ୍-ହୋଲଡରମାନଙ୍କୁ ସାମିଲ୍ କରି ସ୍ଥାନୀୟ କମିଟି ଗଠନ କରାହେବ । ବୈଠକର ଆଲୋଚନାରୁ ଜଣାପଡିଥିଲା ଯେ ଭିତରକନିକାର ୪ଟି ସୁବିଧା- ବାଖ୍ୟାନ କେନ୍ଦ୍ର, ଶୌଚାଳୟ, ଗାଡ଼ି ପାର୍କିଂ ସ୍ଥାନ ଓ ଜେଟ୍ଟି ମୁଖ୍ୟ ଜୋନ୍ରେ ପର୍ଯ୍ୟଟନ ସୁବିଧା ସୃଷ୍ଟି କରାଯିବ । ଏଗୁଡିକ ହେଲା ଡାଙ୍ଗମାଳ, ଗୁପ୍ତି, ଖୋଳା ଏବଂ ·ନ୍ଦବାଲି । ପ୍ରାଥମିକ ଭିତ୍ତିଭୂମି ଭାବେ ଆଗମନ ଓ ଆତିଥ୍ୟ କେନ୍ଦ୍ର, ରହଣୀ-କଟେଜ୍, ବନ୍ୟଜନ୍ତୁ ନିରୀକ୍ଷଣ ଆଦି ସ୍ଥାପନ କରାଯିବ । ପ୍ରଥମ ପର୍ଯ୍ୟାୟ ପ୍ରାଥମିକ ଭିତ୍ତିଭୂମି ପାଇଁ ପ୍ରାୟ ୪୬.୨୩ କୋଟି ଟଙ୍କା ବିନିଯୋଗ କରାଯିବ । ସେହିପରି ଚନ୍ଦ୍ରଭାଗାଠାରେ ବୋଟିଂ ଏବଂ ବେଳାଭୂମି ପର୍ଯ୍ୟଟନ ଭିତ୍ତିଭୂମି ନିମନ୍ତେ ପ୍ରାୟ ୪୨ କୋଟି ଟଙ୍କା ବିନିଯୋଗ ହେବ । ବରଗଡ଼ ଜିଲ୍ଲାର ନୃସିଂହନାଥ ଏବଂ ବଲାଙ୍ଗିର ଜିଲ୍ଲାର ହରିଶଙ୍କର ପୀଠରେ ପର୍ଯ୍ୟଟନ ଭିତ୍ତିଭୂମି ନିମନ୍ତେ ୪୬ କୋଟି ଟଙ୍କା ବିନିଯୋଗ କରାଯିବ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *