ଯୋଗଦେବେ ମୁଖ୍ୟମନ୍ତ୍ରୀ
ଆଜି ମା’ ତାରାତାରିଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବ
ବ୍ରହ୍ମପୁର/ପୁରୁଷୋତ୍ତମପୁର, ୧୭ା୫ (ବୁ୍ୟରୋ/ଆପ୍ର): ବୁଧବାର ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ । ସାରା ଗଞ୍ଜାମ ଜିଲ୍ଲା ଏଥିପାଇଁ ଉତ୍ସବମୁଖର । ତିନିଦିନ ଧରି ପ୍ରତିଷ୍ଠା ଯଜ୍ଞ ଚାଲିଥିବାବେଳେ ବୁଧବାର ଯଜ୍ଞର ପୂର୍ଣ୍ଣାହୁତି ସହ ମନ୍ଦିର ପ୍ରତିଷ୍ଠା ଉତ୍ସବ ସମ୍ପନ୍ନ ହେବ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ପୁରୋଧା ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ । ଏହି ଉତ୍ସବରେ ବିଶାଳ ଜନସମାବେଶ ହେବାର ସମ୍ଭାବନା ରହିଛି । ତେଣୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ୍, ଭିନିଲ କ୍ରିଷ୍ଣା ପ୍ରମୁଖ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଥିଲେ । ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରି ଆୟୋଜନ ସମ୍ପର୍କରେ ଅନୁଧ୍ୟାନ କରିବା ସହ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିଛନ୍ତି ।
ଏହି ଅବସରରେ ମୁଖ୍ୟ ସଚିବ ଏବଂ ୫-ଟି ସଚିବ ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ପରେ ସେମାନେ ମନ୍ଦିର ପରିସର, ମୁଣ୍ଡନ ଗୃହ, ବଡ଼ ପ୍ରସାଦ ସେବନ ଗୃହ, ପ୍ରଶାସନିକ ଭବନ, ଭିୟୁ ପଏଣ୍ଟ ଓ ମନ୍ଦିର ଚତୁଃପାଶ୍ୱର୍ ଅଞ୍ଚଳ ବୁଲି ଦେଖିଥିଲେ । ଏହାସହିତ ସେବାୟତ ଓ ସ୍ଥାନୀୟ ଜନସାଧାରଣଙ୍କ ସହିତ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିଥିଲେ । ଏହି ପରିଦର୍ଶନ ସମୟରେ ଜିଲ୍ଲା ପ୍ରଶାସନ ସହିତ ଭିଡ଼ ନିୟନ୍ତ୍ରଣ, ଶାନ୍ତିଶୃଙ୍ଖଳା ରକ୍ଷା, ପାନୀୟ ଜଳଯୋଗାଣ, ପ୍ରାଥମିକ ସ୍ୱାସ୍ଥ୍ୟ ବ୍ୟବସ୍ଥା, ଅଗ୍ନି ସୁରକ୍ଷା, ବିଦୁ୍ୟତ୍ ଯୋଗାଣ ଓ ପରିମଳ ବ୍ୟବସ୍ଥା ଆଦି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ସମୀକ୍ଷା ବେଳେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ, ଜିଲ୍ଲା ପ୍ରକଳ୍ପ ନିଦେ୍ର୍ଦଶକ ସିନେ୍ଧ ଦତାତ୍ରୟ ଭାଉସାହେବ, ବିଏମ୍ସି କମିଶନର ଡ.ସିଦେ୍ଧଶ୍ୱର ବଳିରାମ ବୋନ୍ଦାର, ବ୍ରହ୍ମପୁର ଉପଜିଲ୍ଲାପାଳ ଭି.କୀର୍ତ୍ତିଭାସନ, ଅତିରିକ୍ତ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ଗଞ୍ଜାମ ଏସ୍ପି ବି୍ରଜେଶ କୁମାର ରଏ, ମନ୍ଦିର କମିଟି ପକ୍ଷରୁ ପୂଜକ ବାପୁଜୀ ରଣା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ ବିକାଶ କାର୍ଯ୍ୟର ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏନେଇ ଚଳଚଞ୍ଚଳ ତାରାତାରିଣୀଙ୍କ ମନ୍ଦିର ଓ ପାଦଦେଶ । ଜ୍ୟେଷ୍ଠ କୃଷ୍ଣ ପଞ୍ଚମୀ ତିଥି ଗତ ରବିବାର ଠାରୁ ଆରମ୍ଭ ହୋଇଥିବା ଏହି ଆଧ୍ୟାତ୍ମିକ ମହୋତ୍ସବ ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ମହୋତ୍ସବରେ ଜିଲ୍ଲା ତଥା ରାଜ୍ୟ ବାହାରୁ ଭକ୍ତଙ୍କ ସମାଗମ ହେଉଛି ।