ବିଦୁ୍ୟତ୍ ଅପଚୟ କରନ୍ତୁନି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବୁ୍ୟରୋ): ବିଦୁ୍ୟତ୍ ହେଉଛି ବିକାଶର ଜୀବନରେଖା । ପାଣି ପରି ବିଦୁ୍ୟତ୍ ଆଜି ସମସ୍ତଙ୍କ ପାଇଁ ଖୁବ ଜରୁରୀ । ତେଣୁ ବିଦୁ୍ୟତ୍ ଶକ୍ତି ଅପଚୟ ନ କରି ଏହାର ଉଚିତ୍ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି ।
ଭିଡିଓ କନ୍ଫରେନ୍ସିଂ ଯୋଗେ ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରେ ୬ଟି ଉଚ୍ଚ ଶକ୍ତି ସଂପନ୍ନ ଗ୍ରୀଡ୍ସବ୍ଷ୍ଟେସନ ଓ ବଲାଙ୍ଗୀର-କେସିଙ୍ଗାରେ ୨୨୦ କେଭି ଟ୍ରାନ୍ସମିଶନ୍ ଲାଇନ ଉଦ୍ଘାଟନ କରି ଲୋକଙ୍କୁ ଗୁଣାତ୍ମକ ତଥା ନିର୍ଭରଯୋଗ୍ୟ ବିଦୁ୍ୟତ ସେବା ଯୋଗାଇ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ଏହି ୬ଟି ଉଚ୍ଚଶକ୍ତି ସଂପନ୍ନ ଗ୍ରୀଡ ସବ୍ଷ୍ଟେସନ୍ ଓ ଗୋଟିଏ ୨୨୦ କେଭି ଡବଲ୍ ସର୍କିଟ ଟ୍ରାନ୍ସମିଶନ ଲାଇନ୍ ପାଇଁ ୪୫୦ କୋଟି ଟଙ୍କା ବିନିଯୋଗ ହୋଇଛି ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ନୂତନ ବ୍ୟବସ୍ଥା ଦ୍ୱାରା କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କେନ୍ଦୁଝର, ସମ୍ବଲପୁର ଓ ଖୋର୍ଦ୍ଧା ଜିଲ୍ଲାର ଚାଷୀ, ଛାତ୍ରଛାତ୍ରୀ ଓ ମା’ ମାନେ ବିଶେଷ ଉପକାର ପାଇବେ । କ୍ଷୁଦ୍ର ଶିଳ୍ପ ଓ ଜଳସେଚନ ପ୍ରକଳ୍ପ ଗୁଡିକ ମଧ୍ୟ ଉପକାର ପାଇବେ ବୋଲି ସେ କହିଥିଲେ । ଜନସାଧାରଣଙ୍କୁ ଗୁଣାତ୍ମକ ବିଦୁ୍ୟତ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ୩୮୦୦ କୋଟି ଟଙ୍କା ବ୍ୟୟ
ଅଟକଳରେ ଓଡ଼ିଶା ବିଦୁ୍ୟତ୍ ବିତରଣ ବ୍ୟବସ୍ଥା ସୁଦୃଢ଼ୀକରଣ ପ୍ରକଳ୍ପ ଆରମ୍ଭ କରିଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୪୩୦ଟି ୩୩/୧୧ କେଭି ସବ୍ଷ୍ଟେସନ କାର୍ଯ୍ୟକାରୀ କରାଯାଇଛି । ରାଜ୍ୟରେ ଲୋ-ଭୋଲ୍ଟେଜ ସମସ୍ୟା ଦୂର କରିବା ପାଇଁ ସରକାର ଏହି ଯୋଜନାର ଚତୁର୍ଥ ପର୍ଯ୍ୟାୟରେ ୧୮୦୦ କୋଟି ଟଙ୍କା ବ୍ୟୟ ଅଟକଳ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ସମ୍ବଲପୁରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ଖୋର୍ଦ୍ଧାରେ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ ପଣ୍ଡା, କଳାହାଣ୍ଡିରେ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, କେନ୍ଦୁଝରରେ ଦକ୍ଷତା ବିକାଶ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଓ ରାୟଗଡା-ଗୁଣୁପୁରରେ ବିଧାୟକ ରଘୁନାଥ ଗମାଙ୍ଗ ପ୍ରମୁଖ ଉପସ୍ଥିତ ରହି ବିଦୁ୍ୟତ ଭିତ୍ତିଭୂମିର ବିକାଶ ଦ୍ୱାରା ରାଜ୍ୟର ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିଛି ବୋଲି ମତବ୍ୟକ୍ତ କରିବା ସହିତ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ । ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭିକେ ପାଣ୍ଡିଆନ ସଂଚାଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଶକ୍ତି ବିଭାଗ ପ୍ରମୁଖ ସଚିବ ନିକୁଞ୍ଜ ଧଳ ସ୍ୱାଗତ ଭାଷଣ ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *