ଅକାମି ହେଉଛି ସୌରଜଳ ପ୍ରକଳ୍ପ

ଭୁବନେଶ୍ୱର (ବୁ୍ୟରୋ): ବିଧାୟକ ପ୍ରତାପ ଦେବଙ୍କ ଅଧ୍ୟକ୍ଷତାରେ ବିଧାନସଭା ଆକଳନ କମିଟିର ୩ୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଗତ ୨ ବର୍ଷ ମଧ୍ୟରେ ପୂର୍ତ୍ତ ଓ ଜଳସମ୍ପଦ ବିଭାଗ ଦ୍ୱାରା ନିର୍ମିତ ବିଭିିନ୍ନ ପ୍ରକଳ୍ପର ସମୀକ୍ଷା କରାଯାଇଛି । ଏହା ସହିତ ଆଗାମୀ ଦିନରେ ନିର୍ମାଣ ହେବାକୁ ଥିବା ପ୍ରକଳ୍ପଗୁଡ଼ିକର ଅନୁଧ୍ୟାନ କରାଯାଇଥିବା ପ୍ରତାପ ଦେବ କହିିଛନ୍ତି ।
ପର୍ଯ୍ୟାପ୍ତ ପରିମାଣରେ ଜଳ ସଂରକ୍ଷଣ କରାଯାଇପାରୁ ନାହିଁ । ଫଳରେ ଜଳର ଉପଯୁକ୍ତ ବ୍ୟବହାର ମଧ୍ୟ ହୋଇପାରୁନାହିଁ । ତେଣୁ ଆଧୁନିକ ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରି ଜଳସଂରକ୍ଷଣ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଛି । ଜଳସଂରକ୍ଷଣ ଓ ସେତୁ ନିର୍ମାଣ ସମ୍ପର୍କିତ ବିଭିନ୍ନ ନିୟମରେ ସମୟାନୁଯାୟୀ ପରିବର୍ତ୍ତନ ଆସିବା ଦରକାର । ସେହିପରି ପୂର୍ତ୍ତ ବିଭାଗ ଦ୍ୱାରା ନିର୍ମାଣାଧୀନ ବିଭିନ୍ନ ରାସ୍ତା, ସେତୁ, ବିଜୁ ଏକ୍ସପ୍ରେସ୍ ୱେ ଏବଂ ରାଜ୍ୟ ରାଜପଥ ସମ୍ପ୍ରସାରଣ, ବିଭିନ୍ନ ବୃହତ୍ ଓ ମଧ୍ୟମ ଜଳସେଚନ ପ୍ରକଳ୍ପ, ମେଗା ଲିଫ୍ଟ ପଏଣ୍ଟ ଉପରେ ଆଲୋଚନା ହୋଇଛି । ଗ୍ରୀଷ୍ମ ଦିନରେ ଚାଷ କାର୍ଯ୍ୟ ପାଇଁ ଜଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୦୦ଟି ସେତୁ ସହ ବ୍ୟାରେଜ ନିର୍ମାଣର ପ୍ରସ୍ତାବ ଆଗତ ହୋଇଛି । ଏହାର କାର୍ଯ୍ୟ କେତେଦୂର ଅଗ୍ରସର ହେଲାଣି, ସେ ବିଷୟରେ ଅଧ୍ୟକ୍ଷ ପ୍ରତାପ ଦେବ ତଥ୍ୟ ସଂଗ୍ରହ କରିଛନ୍ତି । ଅନେକ ସ୍ଥାନରେ ସୌରଜଳ ପ୍ରକଳ୍ପଗୁଡ଼ିକ ୧ରୁ ୨ବର୍ଷ ମଧ୍ୟରେ ଅକାମି ହୋଇଯାଉଥିବା ଦୃଶ୍ୟ ସାମ୍ନାକୁ ଆସୁଛି । ତେଣୁ ଏହି ପ୍ରକଳ୍ପଗୁଡ଼ିକୁ ଅଧିକ ପ୍ରୋତ୍ସାହିତ ନ କରିବାକୁ ସଦସ୍ୟମାନେ ମତ ଦେଇଛନ୍ତି । ରାଜ୍ୟର ଅକାମୀ ମେଗା ଲିଫ୍ଟ ପଏଣ୍ଟ ଗୁଡ଼ିକୁ ତୁରନ୍ତ ମରାମତି କରିବା ପାଇଁ କମିଟି ନିଦେ୍ର୍ଦଶ ଦେଇଛି ।
ଶିକ୍ଷା ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ୭ ହଜାର ଶିକ୍ଷକଙ୍କ ଆବଶ୍ୟକ ଥିଲା । ଆସନ୍ତା ଜୁନ୍ରେ ସେମାନଙ୍କୁ ନିଯୁକ୍ତି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ବିଧାୟକ ଭୂପିନ୍ଦର ସିଂ କହିଛନ୍ତି । ଭୂପିନ୍ଦର ସିଂହଙ୍କ ଅଧ୍ୟକ୍ଷତାରେ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ବିଭାଗର ସମୀକ୍ଷା ବୈଠକ ବିଧାନସଭାରେ ଅନୁଷ୍ଠିତ ହୋଇଛି । ବୈଠକରେ ହୋଇଥିବା ଆଲୋଚନା ମୁତାବକ, ୨୪ଟି ମାଧ୍ୟମିକ ବିଦ୍ୟାଳୟକୁ ସ୍ୱୀକୃତି ପ୍ରଦାନ କରାଯାଇଥିବା ବେଳେ ୬୩୯ ଜଣ ବେସରକାରୀ ମହାବିଦ୍ୟାଳୟ ଅଧ୍ୟାପକଙ୍କୁ ନିଯୁକ୍ତି ଦିଆଯାଇଛି । ଜୁନରେ ୨୬୮ ଜଣ ରାଜନୀତି ବିଜ୍ଞାନ ଓ ଇଂରାଜୀ ଅଧ୍ୟାପକଙ୍କୁ ନିଯୁକ୍ତି ଦେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ସେହିପରି ବରିଷ୍ଠ ବିଧାୟିକା ଉଷାଦେବୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହିଳା ଓ ଶିଶୁ ବିକାଶ ବିଭାଗ କମିଟି ବୈଠକରେ ବିଭିନ୍ନ ଯୋଜନା ଓ ଏହାର କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *