ଲଲାଟ ମୋହନ ପାଇଲେ ଧର୍ମପଦ ପୁରସ୍କାର

ଧର୍ମପଦ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ଉତ୍ସବ
ଭୁବନେଶ୍ୱର (ବୁ୍ୟରୋ): ଏକ ବର୍ଣ୍ଣାଢ଼୍ୟ ପରିବେଶ ମଧ୍ୟରେ ଓଡ଼ିଶା ଲଳିତ କଳା ଏକାଡେମୀର ସର୍ବୋଚ୍ଚ ‘ଧର୍ମପଦ’ ପୁରସ୍କାର ଓ ଶିଳ୍ପୀ ସମ୍ବର୍ଦ୍ଧନା ଉତ୍ସବ ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ପର୍ଯ୍ୟଟନ ଏବଂ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବରିଷ୍ଠ ଶିଳ୍ପୀ ଲଲାଟ ମୋହନ ପଟ୍ଟନାୟକଙ୍କୁ ୨୦୨୧ ବର୍ଷ ପାଇଁ ‘ଧର୍ମପଦ’ ପୁରସ୍କାର ପ୍ରଦାନ କରିଛନ୍ତି । ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ରାଜ୍ୟର କଳା, ସଂସ୍କୃତିକୁ ବଞ୍ଚାଇବା ପାଇଁ ୫-ଟି ଅଧୀନରେ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି । ସର୍ବଭାରତୀୟ ସ୍ତରରେ ଓଡ଼ିଆ ଶିଳ୍ପୀମାନଙ୍କର କଳାକୃତିର ବହୁ ଚାହିଦା ରହିଛି ବୋଲି ମନ୍ତ୍ରୀ ଶ୍ରୀ ପାଣିଗ୍ରାହୀ କହିଛନ୍ତି ।
ଏହି ଅବସରରେ ଶ୍ରୀ ପଟ୍ଟନାୟକଙ୍କ ସମେତ ଚିତ୍ରଶିଳ୍ପୀ ଜ୍ୟେର୍ତିମୟୀ ମହାନ୍ତି, ବଳଦେବ ମହରାଥା, ଦୁର୍ଗାଚରଣ ପଣ୍ଡା, ପଞ୍ଚାନନ ସୁର ଓ ଭାସ୍କର୍ଯ୍ୟ ଶିଳ୍ପୀ ଦେବେନ୍ଦ୍ର ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଶିଳ୍ପୀ ଶ୍ରୀ ପଟ୍ଟନାୟକଙ୍କୁ ‘ଧର୍ମପଦ’ ପୁରସ୍କାର ବାବଦରେ ୫ଲକ୍ଷ ଟଙ୍କା, ମାନପତ୍ର ଓ ଉତ୍ତରୀୟ ପ୍ରଦାନ କରାଯାଇଛି । ଅନ୍ୟମାନଙ୍କୁ ୧ ଲକ୍ଷ ଟଙ୍କା, ମାନପତ୍ର ଓ ଉତ୍ତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା ।
୧୯୪୮ ମସିହାରେ ଖୋର୍ଦ୍ଧା ଜିଲ୍ଲାର ହରିପୁର ଶାସନରେ ଜନ୍ମଗ୍ରହଣ କରି ଚିତ୍ରକଳା ତଥା ଡିଜାଇନ୍ରେ ଶୀର୍ଷ ସ୍ଥାନରେ ଶ୍ରୀ ପଟ୍ଟନାୟକ ପହଞ୍ଚô ପାରିଛନ୍ତି । ଶିଳ୍ପୀ ଶ୍ରୀମତୀ ମହାନ୍ତି ଅନେକ ଉଚ୍ଚକୋଟୀର ଚିତ୍ର ଆଙ୍କିବା ସହିତ ନାରୀମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି । ଶ୍ରୀ ମହାରଥା ସମସାମୟିକ କଳା ପୃଷ୍ଟଭୂମିରେ ଜଣେ ଅଗ୍ରଣୀ ଚିତ୍ରଶିଳ୍ପୀ । ଭାବେ ନିଜକୁ ପ୍ରତିଷ୍ଠିତ କରିପାରିଛନ୍ତି । ସେହିପରି ଶିଳ୍ପୀ ଶ୍ରୀ ପଣ୍ଡା ଚିତ୍ରକଳା ବ୍ୟତୀତ ଓଡିଶାର ସ୍ଥାପତ୍ୟ, ମନ୍ଦିର ଭାସ୍କର୍ଯ୍ୟ ଉପରେ ଅନେକ ଉପାଦେୟ ପୁସ୍ତକ ରଚନା କରିଛନ୍ତି । ଶ୍ରୀ ସୁର ଖଲ୍ଲିକୋଟସ୍ଥିତ ସରକାରୀ କଳା ମହାବିଦ୍ୟାଳୟରେ ଅଧ୍ୟାପକ ଭାବରେ ଅନେକ ଛାତ୍ରଙ୍କ ଜୀବନ ଗଢିଛନ୍ତି । ପୁରୀର ଦେବେନ୍ଦ୍ର ମିଶ୍ର ପାରମ୍ପରିକ ପ୍ରସ୍ତର ଭାସ୍କର୍ଯ୍ୟରେ କଳା ଦକ୍ଷତାକୁ ପ୍ରତିପାଦନ କରଛନ୍ତି ।
କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିଦେ୍ର୍ଦଶକ ତଥା ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସ, ଏକାଡେମୀର ସଭାପତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ପୁରସ୍କାର ଚୟନ କମିଟିର ଅଧ୍ୟକ୍ଷ ସୁଦର୍ଶନ ସାହୁ, ଏକାଡେମୀର ଉପସଭାପତି ଶ୍ରୀନିବାସ ପଢିହାରୀ ପ୍ରମୁଖ ଉପସ୍ଥିତ ଥିଲେ । ଶ୍ରୀ ପଟ୍ଟନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉତ୍ସବରେ ଏକାଡେମୀର ସଚିବ ପଞ୍ଚାନନ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ । ଅଧ୍ୟାପକ ଶ୍ରୀ ମୃତୁ୍ୟଞ୍ଜୟ ରଥ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *