ପ୍ରଶଂସା କଲା ନେପାଳ ଷ୍ଟଡି ମିଶନ୍

ଓଡ଼ିଶାରେ ଖାଦ୍ୟ ସୁରକ୍ଷା ଯୋଜନାର ସଫଳ କାର୍ଯ୍ୟାନ୍ୱୟନ
ଭୁବନେଶ୍ୱର (ବୁ୍ୟରୋ): ଭାରତର ଖାଦ୍ୟ ସୁରକ୍ଷା ବ୍ୟବସ୍ଥା ବିଷୟରେ ବାସ୍ତବ ଅନୁଭୂତି ହାସଲ କରିବା ନିମନ୍ତେ ନେପାଳରୁ ଆସିଥିବା ଉଚ୍ଚସ୍ତରୀୟ ଷ୍ଟଡ଼ି ମିଶନ ଟିମ୍ ଓଡ଼ିଶାରେ ଖାଦ୍ୟ ସୁରକ୍ଷା ଯୋଜନାର ସଫଳ କାର୍ଯ୍ୟାନ୍ୱୟନକୁ ଭୂୟସୀ ପ୍ରଶଂସା କରିଛନ୍ତି । ରାଜ୍ୟର ନିଜ ଯୋଜନା ସହ କେନ୍ଦ୍ରୀୟ ଯୋଜନାର ସଠିକ୍ କାର୍ଯ୍ୟାନ୍ୱୟନ ଓଡ଼ିଶାର ଏକ ବଡ ସଫଳତା ବୋଲି ମିଶନ ଟିମ୍ର ସଦସ୍ୟମାନେ ମତ ଦେଇଛନ୍ତି । ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଏହି ଉଚ୍ଚସ୍ତରୀୟ ନେପାଳ ଷ୍ଟଡି ମିଶନ୍ ଟିମ୍ଙ୍କ ନିମନ୍ତେ ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା ।
ରାଜ୍ୟର ଖାଦ୍ୟ ସୁରକ୍ଷା ଯୋଜନା ବିଷୟରେ ପ୍ରାରମ୍ଭିକ ସୂଚନା ଦେଇ ଶ୍ରୀ ମହାପାତ୍ର କହିଥିଲେ ଯେ କୌଣସି ଗରିବ ଲୋକ ଅନାହାରରେ ରହିବ ନାହିଁ-ଏହାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଲକ୍ଷ୍ୟ ଏବଂ ନିଦେ୍ର୍ଦଶ । ରାଜ୍ୟ ସରକାର କେନ୍ଦ୍ରୀୟ ଯୋଜନା ସହ ନିଜସ୍ୱ ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମ ପ୍ରଣୟନ କରିଛନ୍ତି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ କହିଥିଲେ, ଓଡ଼ିଶା ଏକ ଖାଦ୍ୟ-ବଳକା ରାଜ୍ୟରେ ପରିଣତ ହୋଇଛି । ବର୍ତ୍ତମାନ ରାଜ୍ୟ ନିଜ କୃଷକଙ୍କ ଠାରୁ ବାର୍ଷିକ ହାରାହାରି ୭୬ ଲକ୍ଷ ନିୟୁତ ଟନ୍ ଧାନ ସଂଗ୍ରହ କରୁଛି । ରାଜ୍ୟରେ ବିଭିନ୍ନ ଖାଦ୍ୟ ସୁରକ୍ଷା ଯୋଜନା ପାଇଁ ପ୍ରାୟ ୩୦ ଲକ୍ଷ ନିୟୁତ ଟନ୍ ଚାଉଳ ବ୍ୟବହାର ହେଉଛି ଏବଂ ଅବଶିଷ୍ଟ ପ୍ରାୟ ୨୨ ଲକ୍ଷ ନିୟୁତ ଟନ୍ ଚାଉଳ ଦେଶର କେନ୍ଦ୍ରୀୟ ଖାଦ୍ୟ ଭଣ୍ଡାରକୁ ଦିଆଯାଉଛି । କେନ୍ଦ୍ରୀୟ ଭଣ୍ଡାରକୁ ସର୍ବାଧିକ ଚାଉଳ ଦେଉଥିବା ରାଜ୍ୟମାନଙ୍କ ମଧ୍ୟରେ ଓଡ଼ିଶାର ସ୍ଥାନ ବର୍ତ୍ତମାନ ଚତୁର୍ଥ । ରାଜ୍ୟରେ ୯୫.୭୪ ଲକ୍ଷରୁ ଊଦ୍ଧ୍ୱର୍ ପରିବାରଙ୍କୁ ପ୍ରତ୍ୟକ୍ଷ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ କରାଯାଇଛି । ଏହିସବୁ ପରିବାରରେ ପ୍ରାୟ ୩.୩୩ କୋଟିରୁ ଅଧିକ ସଦସ୍ୟ ଅଛନ୍ତି । ଯେଉଁମାନେ ରାଜ୍ୟ ଜନସଂଖ୍ୟାରେ ପ୍ରାୟ ୮୦ ପ୍ରତିଶତ । ବର୍ତ୍ତମାନ ସମୁଦାୟ ୧୨,୧୨୪ ସୁଲଭ ଖୁଚୁରା ଦୋକାନ ମାଧ୍ୟମରେ ପ୍ରତି ମାସରେ ହିତାଧିକାରୀଙ୍କୁ ପ୍ରାୟ ୧.୮୭ ଲକ୍ଷ ନିୟୁତ ଟନ୍ ଖାଦ୍ୟ ଶସ୍ୟ ଯୋଗାଣ କରାଯାଉଛି । ସାମାଜିକ ସୁରକ୍ଷା ବିଭାଗ ସଚିବ ଭାସ୍କର ଜ୍ୟୋତି ଶର୍ମା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ । ଟିମ୍ ସଦସ୍ୟମାନେ କାର୍ଯ୍ୟକ୍ରମର ପ୍ରଶଂସା କରିଥିଲେ ।
ନେପାଳ ଜାତୀୟ ଯୋଜନା କମିଶନ ସଦସ୍ୟ ଡ. ଦିଲ୍ ବାହାଦୁର ଗୁରୁଙ୍ଗ୍ଙ୍କ ନେତୃତ୍ୱରେ ଆସିଥିବା ଏହି ମିଶନ ଟିମ୍ରେ ନେପାଳ ସରକାରଙ୍କ ଅର୍ଥ, କୃଷି ଓ ପଶୁପାଳନ, ଯୋଜନା ଆଦି ବିଭାଗର ଉଚ୍ଚସ୍ତରୀୟ ଅଧିକାରୀ ଓଡ଼ିଶା ଗସ୍ତରେ ଆସିଛନ୍ତି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *