ଅସହାୟ ପ୍ରାଣୀଙ୍କ ସେବା ପାଇଁ ‘୧୯୬୨’

ଆନିମଲ୍ ହେଲ୍ପଲାଇନ୍, ଟେଲି ଭେଟେନାରୀ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମ୍ୟାପିଂ ବ୍ୟବସ୍ଥା ଆରମ୍ଭ
ଭୁବନେଶ୍ୱର (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନ୍ଲାଇନ୍ ଜରିଆରେ ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ବିଭାଗର ରାଜ୍ୟସ୍ତରୀୟ ପ୍ରାଣୀସେବା ହେଲ୍ପ ଲାଇନ୍ ସହିତ ଅନେକ ନୂଆ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଜନସାଧାରଣଙ୍କୁ ନିବେଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବୁଲା ଓ ପରିତ୍ୟକ୍ତ ପ୍ରାଣୀଙ୍କ ଆବଶ୍ୟକତା ପ୍ରତି ପ୍ରତ୍ୟେକ ନାଗରିକ ସମ୍ବେଦନଶୀଳ ହୋଇ ସେମାନଙ୍କ ସେବା ଯୋଗାଇଦେବା ଆବଶ୍ୟକ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟ ସରକାର ବୁଲା ଓ ଅସହାୟ ପ୍ରାଣୀମାନଙ୍କ ସୁରକ୍ଷା ଓ କଲ୍ୟାଣ ପାଇଁ ପ୍ରତିବଦ୍ଧତାର ସହ କାମ କରୁଛନ୍ତି । ସହରାଞ୍ଚଳରେ ହେଲ୍ପ୍ ଲାଇନ ୟୁନିଟ୍ ସହିତ ପ୍ରାଣୀ ଆମ୍ବୁଲାନ୍ସ ଓ ପ୍ରାଣୀ ଜନ୍ମ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଗ୍ରହଣ କରାଯିବା ସହିତ ଏଥିପାଇଁ କାମ କରୁଥିବା ଅଣ-ସରକାରୀ ଅନୁଷ୍ଠାନ ଗୁଡିକୁ ମଧ୍ୟ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି । ରାଜ୍ୟସ୍ତରୀୟ ପ୍ରାଣୀ ହେଲ୍ପ ଲାଇନ୍ ଦ୍ୱାରା ଏହି ପଶୁମାନଙ୍କ ସେବା ଆହୁରି ତ୍ୱରାନ୍ୱିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ଏବଂ ପ୍ରାଣୀସଂପଦ ବିଭାଗର କର୍ମଚାରୀଙ୍କୁ ଏଥିରେ ତୁରନ୍ତ ସେବା ଯୋଗାଇ ଦେବା ପାଇଁ ନିଦେ୍ର୍ଦଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ବୁଲା ପ୍ରାଣୀଙ୍କ ଚିକିତ୍ସା ଓ ସେବା ପାଇଁ ଜାରି ହୋଇଥିବା ରାଜ୍ୟସ୍ତରୀୟ ପ୍ରାଣୀ ହେଲ୍ପ ଲାଇନ୍ ୧୯୬୨ ଚବିଶ ଘଣ୍ଟା କାର୍ଯ୍ୟକାରୀ ହେବ । ଏହାଦ୍ୱାରା ଜରୁରୀ ସମୟରେ ପ୍ରାଣୀଙ୍କୁ ଚିକିତ୍ସା ସେବା ମିଳିପାରିବ ।
ସେହିପରି ଟେଲି ଭେଟେନାରୀ ସେବା ବ୍ୟବସ୍ଥାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମତ୍ସ୍ୟ ଓ ପ୍ରାଣୀସଂପଦ କାର୍ଯ୍ୟକ୍ରମ ଗୁଡିକ ରାଜ୍ୟର ଚାଷୀଙ୍କ ରୋଜଗାର ବୃଦ୍ଧି କରିବାରେ ସହାୟକ ହୋଇଛି ଏବଂ ରାଜ୍ୟ ସରକାର ସେମାନଙ୍କ ପ୍ରାଣୀସଂପଦକୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାପାଇଁ ଅନେକ ବ୍ୟବସ୍ଥା କାର୍ଯ୍ୟକାରୀ କରୁଛନ୍ତି । ଏହି କାର୍ଯ୍ୟକ୍ରମରେ ଟୋଲ୍ ଫ୍ରି ନମ୍ବର ୧୯୬୨ କିମ୍ବା ୧୫୫୩୩୩ ଜରିଆରେ ଫୋନ କରି ତୁରନ୍ତ ସହାୟତା ମିଳିପାରିବ । ରାଜ୍ୟର ୧୧ଟି ସହରରେ ଆନିମଲ୍ ଆମ୍ବୁଲାନ୍ସ ବ୍ୟବସ୍ଥା ରହିଛି ଏବଂ ସବୁ ବ୍ଲ୍କ୍ରେ ପ୍ରାଣୀସେବା କେନ୍ଦ୍ରର ସୁବିଧା ମଧ୍ୟ ରହିଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀସଂପଦ ମ୍ୟାପିଂ ସିଷ୍ଟମ୍ର ଶୁଭାରମ୍ଭ ମଧ୍ୟ କରିଛନ୍ତି । ୫-ଟି ଉପକ୍ରମ ଅନ୍ତର୍ଗତ ଏହି କାର୍ଯ୍ୟକ୍ରମ ଦ୍ୱାରା ରାଜ୍ୟର ସବୁ ପ୍ରାଣୀ ଚାଷ ୟୁନିଟ୍ ଗୁଡିକର ଜିଓ ଟ୍ୟାଗିଂ ଓ ମ୍ୟାପିଂ କରାଯିବ ଏବଂ ଏହାକୁ ଡଋଈ-ଏଓଝ ପ୍ଲାଟଫର୍ମରେ ଦେଖାଯାଇ ପାରିବ । ଏହି ଅବସରରେ ବିଏଆଇଏଫ୍ ଇନ୍ଷ୍ଟିଚୁ୍ୟଟ୍ ସହ ଏକ ବୂଝାମଣାପତ୍ର ସ୍ୱାକ୍ଷର କରାଯାଇଥିଲା । ଏହି ବୁଝାମଣା ଅନୁଯାୟୀ ରାଜ୍ୟରେ ୧୫୦୦ କୃତ୍ରିମ ପ୍ରଜନନ ଟେକ୍ନିସିଆନ ନିୟୋଜିତ ହେବେ । ଏହାସହିତ ଗୋପାଳପୁର ଠାରେ ଭେକ୍ଟି ଯାଆଁଳ ହାଚେରୀ ପ୍ରତିଷ୍ଠା ପାଇଁ ରାଜୀବ ଗାନ୍ଧୀ ସେଣ୍ଟର ଫର ଆକ୍ୱା କଲ୍ଚର ସହିତ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଭେକ୍ଟୀ ମାଛର ଚାହିଦା ବହୁତ ଅଧିକ ଥିବାରୁ ଏହା ମାଛଚାଷୀଙ୍କର ରୋଜଗାର ବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । କାର୍ଯ୍ୟକ୍ରମରେ କୃଷି, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *