ଦୂରଦର୍ଶନରେ ହେବ ସିଧାପ୍ରସାରଣ

ରଥଯାତ୍ରା ସମୀକ୍ଷା ବୈଠକ
ଭୁବନେଶ୍ୱର (ବୁ୍ୟରୋ): ଚଳିତ ବର୍ଷ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ସମସ୍ତ କାର୍ଯ୍ୟ ଶୃଙ୍ଖଳିତ ଭାବରେ ସୁଚାରୁ ରୂପେ ସଂପାଦନ କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଅଧିକାରୀ ତଥା କର୍ମଚାରୀମାନେ ନିଷ୍ଠାପର ଭାବରେ ନିୟୋଜିତ ହେବେ ବୋଲି ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଆଶାପ୍ରକାଶ କରିଛନ୍ତି । ଗୁରୁବାର ମନ୍ତ୍ରୀ ଶ୍ରୀ ଅମାତ ରଥଯାତ୍ରା ଉପଲକ୍ଷେ ବିଭାଗ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟକ୍ରମଗୁଡ଼ିକର ସଫଳ ରୂପାୟନ ଉପରେ ଗୁରୁତ୍ୱ ଦେଇ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ଶୃଙ୍ଖଳିତ ଓ ସରସସୁନ୍ଦର କରିବାରେ ସୂଚନା ଓ ଲୋକସଂପର୍କ ବିଭାଗର ଦାୟିତ୍ୱଗୁଡ଼ିକ ବାବଦରେ ସଚେତନ ହୋଇ ସଫଳ ସଂପାଦନରେ ଅଧିକାରୀ ତଥା କର୍ମଚାରୀମାନେ ପ୍ରତିବଦ୍ଧ ହେବାକୁ ମନ୍ତ୍ରୀ ଶ୍ରୀ ଅମାତ ପରାମର୍ଶ ଦେଇଥିଲେ । ରଥଯାତ୍ରାର ବିଶ୍ୱପ୍ରସିଦ୍ଧିକୁ ଦୃଷ୍ଟିରେ ରଖି ପ୍ରଚାର, ବିଜ୍ଞାପନ ଓ ପ୍ରଦର୍ଶନୀ ଇତ୍ୟାଦି ନେଇ ବିଶେଷ ଗୁରୁତ୍ୱ ଦେବାକୁ ମନ୍ତ୍ରୀ କହିଥିଲେ । ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ସମୀକ୍ଷା ବୈଠକରେ ଯୋଗଦେଇ ସାମାଜିକ ଗଣମାଧ୍ୟମରେ ବିଭାଗୀୟ କାର୍ଯ୍ୟକ୍ରମଗୁଡ଼ିକର ବ୍ୟାପକ ପ୍ରସାର ପାଇଁ ପରାମର୍ଶ ଦେବା ସହିତ ଶ୍ରୀଜଗନ୍ନାଥଙ୍କ ମହିମା ସମ୍ବଳିତ ବିିଭିନ୍ନ କିମ୍ବଦନ୍ତୀ, ଲୋକକଥା, ତଥ୍ୟର ପ୍ରଚାର ଉପରେ ବିଭାଗ ଗୁରୁତ୍ୱ ଦେବ ବୋଲି ଉଲ୍ଲେଖ କରିଥିଲେ । ବିଭାଗୀୟ ନିଦେ୍ର୍ଦଶକ ଇନ୍ଦ୍ରମଣି ତି୍ରପାଠୀ ବିଭାଗ ତରଫରୁ ହେବାକୁ ଥିବା କାର୍ଯ୍ୟଗୁଡ଼ିକ ଉପରେ ସୂଚନା ଦେଇଥିଲେ । ଦୂରଦର୍ଶନ ଜରିଆରେ ସିଧା ପ୍ରସାରଣ, ଅନ୍ୟାନ୍ୟ ବୈଦୁ୍ୟତିକ ଗଣମାଧ୍ୟମକୁ ଲାଇଭ୍ କମନ୍ ଫିଡ୍ ଯୋଗାଣ, ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ, ସାମ୍ବାଦିକମାନଙ୍କ ଗସ୍ତ, ସମ୍ମାନନୀୟ ଅତିଥିମାନଙ୍କ ପରିଚର୍ଯ୍ୟା, ବିଭିନ୍ନ ପ୍ରକାଶନର ରଥଯାତ୍ରା ବିଶେଷାଙ୍କ ବିକ୍ରୟ, ଫଟୋଚିତ୍ର ପ୍ରଦର୍ଶନୀ, ବିଜ୍ଞାପନ ପ୍ରସାରଣ ସହିତ ହୋର୍ଡ଼ିଂ ବ୍ୟବସ୍ଥା ଇତ୍ୟାଦି ପ୍ରସଙ୍ଗ ଉପରେ ନିଦେ୍ର୍ଦଶକ ଶ୍ରୀ ତି୍ରପାଠୀ ଅବଗତ କରାଇଥିବାବେଳେ ଉତ୍କଳ ପ୍ରସଙ୍ଗ ଓ ଓଡ଼ିଶା ରିଭୁ୍ୟର ସଂପାଦକ ଡ. ଲେନିନ୍ ମହାନ୍ତି ରଥଯାତ୍ରା ଦିନ ଉଭୟ ପତି୍ରକାର ବିଶେଷାଙ୍କ ସଂଖ୍ୟା ଲୋକାର୍ପିତ ହେବ ବୋଲି ଉଲ୍ଲେଖ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *