ମାଗଣାରେ ପଢ଼ିବେ ୧୨ଠଠ

ରେମୁଣାରେ ଇମାମୀ-କିସ୍ ଆବାସିକ ବିଦ୍ୟାଳୟ
ଭୁବନେଶ୍ୱର (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ବାଲେଶ୍ୱର ଜିଲ୍ଲାର ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ସୋସିଆଲ ସାଇନ୍ସ ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍ଘାଟନ କରିଛନ୍ତି । ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ ପାଇଁ ୫୦ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ କିସ୍ ପକ୍ଷରୁ ୩୬ କୋଟି ଓ ଇମାମୀ ପକ୍ଷରୁ ୧୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏହିଭଳି ଉଦ୍ୟମ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବ । ଇମାମୀ ଓ କିସ୍ର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କିସ୍ ପକ୍ଷରୁ ଭୁବନେଶ୍ୱର, ମୟୁରଭଞ୍ଜ ଓ ବଲାଙ୍ଗୀର ଭଳି ଅନେକ ସ୍ଥାନରେ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିବା ବେଳେ ରାଜ୍ୟର ସମସ୍ତ ଜିଲ୍ଲାରେ ଏହିଭଳି ବିଦ୍ୟାଳୟ ଖୋଲାଯିବାର ଲକ୍ଷ୍ୟ ରହିଥିବା ଖୁସିର କଥା । ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ । ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ପରିବର୍ତ୍ତନ ଆଣିଥାଏ । ଏଥିରେ ୧୨୦୦ ଗରିବ ପିଲା ମାଗଣାରେ ପାଠ ପଢିବାର ବ୍ୟବସ୍ଥା ହୋଇଥିବାରୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଶିକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେଇଛନ୍ତି । ୫-ଟି ଉପକ୍ରମରେ ବିଦ୍ୟାଳୟ ରୂପାନ୍ତରଣକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି । ସାରା ରାଜ୍ୟରେ ବର୍ତ୍ତମାନ ପାଖାପାଖି ୪୦୦୦ ରୂପାନ୍ତରିତ ହାଇସ୍କୁଲ ପ୍ରତିଷ୍ଠା ହୋଇସାରିଛି । ପିଲାଙ୍କ ମନରେ ଭବିଷ୍ୟତ ପାଇଁ ଏହା ଦୃଢ ସଂକଳ୍ପ ସୃଷ୍ଟି କରିଛି । କାର୍ଯ୍ୟକ୍ରମରେ ଯୋଗଦେଇ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହିତ ବାଲେଶ୍ୱରରେ ଇମାମୀ ଓ କିସ୍ର ଉଦ୍ୟମରେ ନବର୍ନିମିତ ସ୍କୁଲ ପାଇଁ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ସାଂସଦ ପ୍ରତାପ ଷଡଙ୍ଗୀ, ରେମୁଣା ବିଧାୟକ ସୁଧାଂଶୁ ପରିଡା ପ୍ରମୁଖ ବକ୍ତବ୍ୟ ରଖି ଏହାଦ୍ୱାରା ବାଲେଶ୍ୱରରେ ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାରରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । କିଟ୍ ଓ କିସ୍ ସଂସ୍ଥାପକ ତଥା ସାଂସଦ ଡଃ ଅଚୁ୍ୟତ ସାମନ୍ତ ସ୍ୱାଗତ ଭାଷଣ ଦେଇ ଦୁର୍ବଳ ଶ୍ରେଣୀର ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍ର ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ବାଲେଶ୍ୱର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *