ଫୁଲୁରୀ ତେଲ ଲାଗିହେଲେ ମହାପ୍ରଭୁ

ପୁରୀ (ବୁ୍ୟରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡୁ ଜଳରେ ସ୍ନାନ ପରେ ଜ୍ୱରରେ ପୀଡ଼ିତ ହୋଇ ଅଣସରରେ ଅଛନ୍ତି ମହାପ୍ରଭୁ । ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ନିମଗ୍ନ ରହିଛନ୍ତି । ଅଣସର ଗୃହରେ ଚତୁର୍ଦ୍ଧା ବିଗ୍ରହଙ୍କ ଶ୍ରୀଅଙ୍ଗରେ ରବିବାର ଫୁଲୁରୀ ତେଲ ଲାଗି କରାଯାଇଛି । ଦଇତାପତି ସେବକମାନେ ଏହି ଫୁଲୁରୀ ତେଲ ଲାଗି କରିଛନ୍ତି । ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଫୁଲୁରୀ ତେଲ ଲାଗି ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ । ବଡ଼ ଓଡ଼ିଆ ମଠ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଫୁଲୁରୀ ତେଲ ଯୋଗାଇ ଦିଆଯାଇଛି । ପ୍ରତିବର୍ଷ ଅଣସରରେ ୬ ସେର ଫୁଲୁରୀ ତେଲ ଯୋଗାଇ ଦିଆ ଯାଇଥାଏ । କେବଳ ନବକଳେବର ବର୍ଷରେ ୯ ସେର ଫୁଲୁରୀ ତେଲ ଦିଆଯାଇଥାଏ । ରବିବାର ଅପରାହ୍ନରେ ମଠର ସଦସ୍ୟମାନେ ହାଣ୍ଡିରେ ୬ ସେର ଫୁଲୁରୀ ତେଲନେଇ ଶ୍ରୀମନ୍ଦିରକୁ ଯାଇଥିଲେ । ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ସମ୍ପନ୍ନ ହେବାପରେ ଜୟବିଜୟ ଦ୍ୱାର ବନ୍ଦ ହୋଇଥିଲା । ଏହାପରେ ଅଣସର ନୀତି ଆରମ୍ଭ ହୋଇଥିଲା । ଫୁଲୁରୀ ତେଲକୁ ପତି ମହାପାତ୍ର ସେବକ ୩ଟି ରୂପା ପିଙ୍ଗଣରେ ନେଇ ସଂସ୍କାର କରିବା ପରେ ଦଇତାପତିମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରିଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *