ସାରା ରାଜ୍ୟରେ ମୌସୁମୀ ସକ୍ରିୟ

ଭୁବନେଶ୍ୱର,୨ଠା୬(ବୁ୍ୟରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟରେ ସକ୍ରିୟ ହୋଇଛି । ପ୍ରାକ୍ ମୌସୁମୀ ବର୍ଷା ପରେ ଓଡ଼ିଶାର ସମଗ୍ର ଅଞ୍ଚଳକୁ ଏହା ଛୁଇଁଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୌସୁମୀ ବାୟୁ ସକ୍ରିୟ ହେବା ପରେ ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆରେ ସର୍ବାଧିକ ୧୭୦ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଏହା ପଛକୁ କଟକର ବାଙ୍କୀରେ ୧୬୫ ମିଲିମିଟର ବର୍ଷା ହୋଇଥିବା ବେଳେ ବାଲେଶ୍ୱରରେ ୮୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।
ଆଗାମୀ ୫ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିଦେ୍ର୍ଦଶ ଦେଇଛନ୍ତି ଏସ୍ଆର୍ସି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲା ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ଉପରୋକ୍ତ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ଆଶଙ୍କା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ବଜ୍ରପାତ ଓ ଘଡ଼ଘଡି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ ଏବଂ ଗଞ୍ଜାମ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୨ ତାରିଖ ସକାଳ ସାଢ଼େ ୮ଟାରୁ ୨୩ ତାରିଖ ସକାଳ ସାଢ଼େ ୮ଟା ଭିତରେ ସୋନପୁର, ସମ୍ବଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ, ଅନୁଗୋଳ, ଦେବଗଡ଼, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *