୪ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (ବୁ୍ୟରୋ): ଉତ୍ତର ପଶ୍ଚିମ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରେ ରହିଥିବା ଘୂର୍ଣ୍ଣିବଳୟ ଯୋଗୁ ଓଡ଼ିଶା ଉପରେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହୋଇଛି । ଏଥିସହ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆସନ୍ତା ୪/ ୫ ଦିନ ରାଜ୍ୟରେ ବର୍ଷା ଜାରି ରହିବ । କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ଯାଏ ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ରବିବାର ସକାଳ ୮.୩୦ ଯାଏ କନ୍ଧମାଳ, ନରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ବରଗଡ଼ର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ସମସ୍ତଙ୍କୁ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି । ବଲାଙ୍ଗିର, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ସମ୍ବଲପୁର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ ତାରିଖରୁ ୧୪ ତାରିଖ ସକାଳ ଯାଏ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର ପ୍ରାୟ ୧୧ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସୋମବାର ସକାଳ ୮.୩୦ ଯାଏ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ ତାରିଖ ସକାଳ ୮.୩୦ରୁ ୧୨ ତାରିଖ ସକାଳ ୮.୩୦ ଯାଏ ଗଜପତି, ଗାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁର, ମାଲକାନଗିରି, ନୂଆପଡ଼ା, ବରଗଡ଼ ଓ ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
୧୨ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଗଜପତି, ଗାମ, ପୁରୀ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାରଆ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ବୌଦ୍ଧ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
୧୩ ତାରିଖରୁ ୧୪ ତାରିଖ ଯାଏ କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସୋନପୁର ଓ ବୌଦ୍ଧରେ ପ୍ରବଳରୁ ଅତି ପ୍ରବଳ ଏବଂ ଭଦ୍ରକ, ବାଲେଶ୍ୱର, ଯାଜପୁର, କଟକ, ଖୋର୍ଦ୍ଧା, କନ୍ଧମାଳ, ନୟାଗଡ଼, ପୁରୀ, ଗଜପତି, ଗାମ, ସମ୍ବଲପୁର, ଦେବଗଡ଼, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *