କରୋନା ସ୍ଥିତି ନିୟନ୍ତ୍ରଣାଧୀନ

ଭୁବନେଶ୍ୱର, ୧୪ା୭ (ବୁ୍ୟରୋ): ବର୍ତ୍ତମାନ ଯାଏଁ ରାଜ୍ୟରେ କରୋନା ସ୍ଥିତି ପୂର୍ଣ୍ଣ ନିୟନ୍ତ୍ରଣାଧିନ ରହିଛି । କିଛି ସହରାଞ୍ଚଳରେ ସଂକ୍ରମଣ ବଢ଼ୁଥିବାରୁ ଟିକାକରଣ, ସତର୍କତା, ସଚେତନତା ଏବଂ ସଠିକ୍‌ ସୂଚନା ପ୍ରସାରଣ ଉପରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁତ୍ୱାରୋପ କରିଛନ୍ତି । ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର କୋଭିଡ଼୍‌ ସ୍ଥିତି ସମୀକ୍ଷା କରି ଶ୍ରୀ ମହାପାତ୍ର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଏ ବିଷୟରେ ନିଦେ୍ର୍ଦଶମାନ ପ୍ରଦାନ କରିଛନ୍ତି । ରାଜ୍ୟ ଲୋକସେବା ଭବନରୁ ଅନୁଷ୍ଠିତ ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳ କୋଭିଡ଼୍‌ ସଂକ୍ରମଣ ଓ ପରିଚାଳନା ସମ୍ବନ୍ଧିତ ତଥ୍ୟ ଆଲୋଚନା ପାଇଁ ଉପସ୍ଥାପନ କରିଥିଲେ ।
ଜିଲ୍ଲାୱାରୀ ସ୍ଥିତିର ସମୀକ୍ଷା କରି ମୁଖ୍ୟ ଶାସନ ସଚିବ ଆସନ୍ତାକାଲି ଅର୍ଥାତ୍ ୧୫ ତାରିଖରୁ ୧୮-୫୯ ବର୍ଷ ଲୋକଙ୍କ ପାଇଁ ଟିକାକରଣ ଅଭିଯାନ ଆରମ୍ଭ କରିବା, ଦୈନିକ କୋଭିଡ଼୍‌ ପରୀକ୍ଷା ସଂଖ୍ୟା ବଢ଼ାଇବା, କଲ୍‌ ସେଣ୍ଟରକୁ ୨୪ଘଣ୍ଟା କାର୍ଯ୍ୟକ୍ଷମ କରାଇବା ଏବଂ ଜନସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ନିଦେ୍ର୍ଦଶ ଦେଇଥିଲେ । ବିଭିନ୍ନ ଇଞ୍ଜିନିଅରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନ ଆଦିରେ ଛାତ୍ରଛାତ୍ରୀଙ୍କର ଟିକାକରଣ ସହ ସହରାଞ୍ଚଳରେ ୧୮ ରୁ ୫୯ ବର୍ଷ ଲୋକଙ୍କ ପାଇଁ ବ୍ୟାପକ ଟିକାକରଣ ଅଭିଯାନ ଆରମ୍ଭ କରିବାକୁ ନିଦେ୍ର୍ଦଶ ଦିଆଯାଇଥିଲା । ସହରାଞ୍ଚଳରେ ପ୍ରତି ୱାର୍ଡ଼ ଏବଂ ଗ୍ରାମାଞ୍ଚଳରେ ଗ୍ରାମ ଓ ପଞ୍ଚାୟତୱାରୀ ଟିକାକରଣ କାର୍ଯ୍ୟ ପାଇଁ ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ସଚିବ ଶ୍ରୀ ଧଳ ନିଦେ୍ର୍ଦଶ ଦେଇଥିଲେ । ଏହି କାର୍ଯ୍ୟରେ ସ୍ୱାସ୍ଥ୍ୟକର୍ମୀ, ଅଙ୍ଗନବାଡି କର୍ମୀ, ଜନ ପ୍ରତିନିଧି, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ମହିଳା ସ୍ୱୟଂ ସହାୟକ ଗୋଷ୍ଠିଙ୍କୁ ସାମିଲ କରିବାକୁ ଉନ୍ନୟନ କିମିଶନର ପ୍ରଦୀପ କୁମାର ଜେନା ନିଦେ୍ର୍ଦଶ ଦେଇଥିଲେ ।
ରାଜ୍ୟରେ ଆଇଏଲ୍‌ଆଇ ଏବଂ ସାରି ରୋଗର ସଂନୀରକ୍ଷଣକୁ ସଘନ କରିବା ସହ ଲୋକଙ୍କ ମଧ୍ୟରେ କୋଭିଡ଼୍‌ ନିରୋଧି ବ୍ୟବହାରିକ ଢ଼ଙ୍ଗି ଯଥା ମାସ୍କ ପରିଧାନ, ପରସ୍ପରଠାରୁ ଶାରିରୀକ ଦୁରତା, ଭିଡ଼ ମଧ୍ୟକୁ ନ ଯିବା, ଅଯଥା ଗହଳି ସୃଷ୍ଟି ନକରିବା ଆଦି ବିଷୟରେ ବ୍ୟାପକ ସଚେତନତା ସୃଷ୍ଟି କରିବାକୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ନିଦେ୍ର୍ଦଶ ଦେଇଥିଲେ । ଟିକାକରଣ କେନ୍ଦ୍ରର ଅବସ୍ଥିତି ଓ ସମୟ, କଲ ସେଣ୍ଟର ଓ ସହାୟତା କେନ୍ଦ୍ରର ନମ୍ବର ଏବଂ କୋଭିଡ଼୍‌ ଚିକିତ୍ସା ସୁବିଧା ବିଷୟରେ ଲୋକଙ୍କୁ ସଠିକ୍‌ ସୂଚନା ପ୍ରଦାନ ପାଇଁ ମଧ୍ୟ ସେ ନିଦେ୍ର୍ଦଶ ଦେଇଥିଲେ ।
ସମୀକ୍ଷାରୁ ଜଣାପଡିଥିଲା ଯେ ବର୍ତ୍ତମାନ ରାଜ୍ୟରେ ସମୁଦାୟ ୪୨୬୨ ଆକ୍ଟିଭ୍‌ କୋଭିଡ଼୍‌ କେସ୍‌ ରହିଛି । ଏମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ପିଲାଙ୍କ ସଂଖ୍ୟା ୭୧ । ସଂକ୍ରମିତମାନେ ମୁଖ୍ୟତଃ ହୋମ୍‌ ଆଇସାଲେସନ୍‌ ମାଧ୍ୟମରେ ଚିକିତ୍ସିତ ହେଉଛନ୍ତି । ବର୍ତ୍ତମାନ ସୁଦ୍ଧା ୩୯ ଜଣ ଚିକିତ୍ସା ପାଇଁ ହସ୍ପିଟାଲରେ ଆଡ୍ମିସନ୍‌ ହୋଇଛନ୍ତି । ପ୍ରତ୍ୟେକ ମେଡ଼ିକାଲ କଲେଜ ଏବଂ ଜିଲ୍ଲା ଚିକିତ୍ସାଳୟରେ ସ୍ୱତନ୍ତ୍ର କୋଭିଡ଼୍‌ ୱାର୍ଡ ବ୍ୟବସ୍ଥା କରାଯାଇଛି । ଆବଶ୍ୟକତା ଅନୁସାରେ ହସ୍ପିଟାଲ୍‌ ଏବଂ ବେଡ୍‌ ସଂଖ୍ୟା ବଢ଼ାଇବା ପାଇଁ ପ୍ରତି ଜିଲ୍ଲା ପ୍ରସ୍ତୁତ ଅଛି । ଆସନ୍ତାକାଲିଠୁ ୧୮ ରୁ ୫୯ ବର୍ଷ ବୟସ୍କ ନିମନ୍ତେ ମାଗଣା ବୁଷ୍ଟର ଡ଼ୋଜ୍‌ ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି କରାଯାଉଛି ।
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୃହ ବିଭାଗ ସଞ୍ଜୀବ ଚୋପ୍ରା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ନିକୁଞ୍ଜବିହାରୀ ଧଳଙ୍କ ସମେତ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ । ଜିଳ୍ଲାପାଳ ଏବଂ ପୌର ପରିଷଦ କମିଶନରମାନେ ଭିଡ଼ିଓ କନ୍ଫରେନ୍ସିଂ ମାଧ୍ୟମରେ ନିଜ ନିଜ ଅଞ୍ଚଳର କୋଭିଡ଼୍‌ ସ୍ଥିତି ଓ ମୁକାବିଲା ପାଇଁ ପ୍ରସ୍ତୁତି ବିଷୟରେ ସଦ୍ୟତନ ସୂଚନା ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *