୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୦ା୭ (ବୁ୍ୟରୋ): ରାଜ୍ୟରେ ଆଗାମୀ ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟାରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ୨୨ ତାରିଖରେ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଥିବା ଜିଲ୍ଲାଗୁଡିକ ମଧ୍ୟରେ ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ରହିଛି ।
ଅନୁରୁପ ଭାବେ ୨୩ ତାରିଖ ଦିନ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣି ଜାରି ହୋଇଥିବା ଜିଲ୍ଲାଗୁଡିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ରହିଛି । ସେହିପରି ୨୪ ତାରିଖରେ ବର୍ଷା ପରତିମାଣ ଆହୁରି ବୃଦ୍ଧିପାଇବାକୁ ଥିବାବେଳେ ୮ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବର୍ଷା ୨୫ ଓ ୨୬ ତାରିଖ ଦିନ ମଧ୍ୟ ଲାଗି ରହିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବର୍ଷା ପରିମାଣ ଅଧିକ ହେବାକୁ ଥିବାବେଳେ ତଳିଆ ଅଞ୍ଚଳରେ ପାଣି ଜମିବା, ସହରୀ ଅଞ୍ଚଳରେ କୁତ୍ରିମ ବନ୍ୟା ଦେଖାଦେବା, ଥଣ୍ଡା ଜ୍ୱର ଭଳି ରୋଗ ଗ୍ରସ୍ତ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି । ଏଥିପ୍ରତି ଜନସାଧାରଣ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାା ପାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *