ବର୍ଷା: ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଲେ ଏସ୍ଆର୍ସି
ଭୁବନେଶ୍ୱର, ୨୨ା୭ (ବୁ୍ୟରୋ): ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ସମ୍ବଲପୁର, ବାଲେଶ୍ୱର ଉପର ଦେଇ ଦକ୍ଷିଣ ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ସମୁଦ୍ର ପତନ ଠାରୁ ୦.୯ କିଲୋମିଟର ଉଚ୍ଚତାରେ ସକ୍ରିୟ ରହିଛି ।
ଅନ୍ୟପକ୍ଷରେ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଉତ୍ତର ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳ ଉପରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତନଠାରୁ ଏହା ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି । ଏହାର ପ୍ରଭାବରେ ଆଗାମୀ ୩ରୁ ୫ ଦିନ ଯାଏଁ ସମଗ୍ର ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି । ଏନେଇ ସତର୍କ ରହିବା ପାଇଁ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ୱାର୍ଣ୍ଣିଂ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ନିକଟକୁ ଚିଠି ଲେଖିଛନ୍ତି । ସୂଚନାଥାଉ କି, ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାବେଳେ ରାଜ୍ୟର ୩ ଜିଲ୍ଲା (ସୁନ୍ଦରଗଡ଼, ବରଗଡ଼ ଓ ଝାରସୁଗୁଡ଼ା)ରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟ ମଧ୍ୟରେ ଓଡିଶାର ଅନ୍ୟ ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଲଗାତାର ୩ରୁ ୫ ଦିନ ବର୍ଷା ସମ୍ଭାବନା ଥିବାବେଳେ ତଳିଆ ଅଞ୍ଚଳରେ ପାଣି ଜମିବା, ସହରାଞ୍ଚଳରେ କୃତ୍ରିମ ବନ୍ୟା ପରିସ୍ଥିତି ଦେଖାଦେବା, ସାଧାରଣରେ ଥଣ୍ଡା, କାଶ, ଜ୍ୱର, ମୁଣ୍ଡ ବିନ୍ଧା, ନାକ ନ ଫିଟିବା ଭଳି ରୋଗ ଦେଖାଦେଇପାରେ ବୋଲି ପାଣିପାଗ କେନ୍ଦ୍ର ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି । ୱାର୍ଣ୍ଣିଂ ଥିବା ଜିଲ୍ଲାରେ ଏନେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଏସ୍ଆର୍ସି ଜିଲ୍ଲାପାଳଙ୍କୁ ନିଦେ୍ର୍ଦଶ ଦେଇଛନ୍ତି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *