ରୋଗୀଙ୍କୁ ତୁରନ୍ତ ଡାକ୍ତରଖାନା ନିଅ

ଡାଇରିଆ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ସଚିବ
ଭୁବନେଶ୍ୱର (ବୁ୍ୟରୋ): ରାଜ୍ୟର ବିଭିନ୍ନ ଜିଲ୍ଲାରେ ଦେଖା ଦେଇଥିବା ଡାଇରିଆ ସ୍ଥିତିର ସମୀକ୍ଷା କରିବା ସହ ଜିଲ୍ଲାପାଳ ଓ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର । ସ୍ଥିତିର ମୁକାବିଲା ଓ ପଦକ୍ଷେପ ବାବଦରେ ମୁଖ୍ୟ ଶାସନ ସଚିବ ଓ ରାଜ୍ୟସ୍ତରୀୟ ଅଧିକାରୀ ଜିଲ୍ଲା ପ୍ରଶାସନକୁ ପରାମର୍ଶ ଦେଇଛନ୍ତି । ଗ୍ରାମ ଓ ୱାର୍ଡରୁ କମୁ୍ୟନିଟି ହେଲ୍ଥ ସେଣ୍ଟର, ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଏବଂ ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ତ୍ୱରିତ ଡାଇରିଆ ସୂଚନା ପ୍ରସାରଣ ବ୍ୟବସ୍ଥା ଉପରେ ମୁଖ୍ୟ ଶାସନ ସଚିବଙ୍କୁ ଗୁରୁତ୍ୱ ଦେଇଛନ୍ତି । ସୂଚନା ପ୍ରସାରଣ ଓ ହସ୍ପିଟାଲ ସ୍ଥାନାନ୍ତର ବ୍ୟବସ୍ଥାରେ ଆଶାକର୍ମୀ, ଅଙ୍ଗନାବାଡ଼ି କର୍ମୀ, ୱାର୍ଡ଼ ମେମ୍ବର, ସରପଞ୍ଚ, ସ୍ଥାନୀୟ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ବିଦ୍ୟାଳୟଗୁଡ଼ିକୁ ସାମିଲ କରିବା ପାଇଁ ଜିଲ୍ଲାପାଳଙ୍କୁ ମୁଖ୍ୟ ଶାସନ ସଚିବ ନିଦେ୍ର୍ଦଶ ଦେଇଛନ୍ତି ।
ସମସ୍ତ ପାନୀୟଜଳ ସ୍ରୋତକୁ ନିୟମିତ ବ୍ୟବଧାନରେ ବିଶୋଧନ ପାଇଁ ନିଦେ୍ର୍ଦଶ ଦିଆଯାଇଛି । ଲୋକମାନେ ଯେପରି ଝରଣା ପାଣି ନ ପିଅନ୍ତି, ତା’ଉପରେ ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ସଂକ୍ରମିତ ଅଞ୍ଚଳରେ ଜଳ ବିଶୋଧନ ପାଇଁ “ଅସମୋସିସ୍ ଯନ୍ତ୍ର’ ଲାଗିଥିବା ଗାଡ଼ି ମୁତୟନ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିଦେ୍ର୍ଦଶ । ସେହିପରି ରୋଗ ନିରୀକ୍ଷଣ ଓ ଅନୁଧ୍ୟାନ ବ୍ୟବସ୍ଥାକୁ ଅଧିକ ବ୍ୟାପକ କରାଯିବ । ବର୍ତ୍ତମାନ ସୁଦ୍ଧା ରାୟଗଡ଼ା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ସୋନପୁର, ଗଜପତି, ଝାରସୁଗୁଡ଼ା ଆଦି ଜିଲ୍ଲାରେ ଡାଇରିଆର ପ୍ରଭାବ ଦେଖିବାକୁ ମିଳିଛି ।
୭ ଜିଲ୍ଲାରେ ୬୮୦ ଲୋକ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୧୦ ଆରୋଗ୍ୟ ହୋଇଛନ୍ତି । ୫୩ ଜଣ ହସ୍ପିଟାଲରେ ଚିକିତ୍ସାଧୀନ ରହିଛନ୍ତି । ୧୭ ଜଣ ହସ୍ପିଟାଲ ଆସିବାରେ ବହୁ ବିଳମ୍ବ ଯୋଗ୍ୟ ମୃତୁ୍ୟ ହୋଇଥିବା କୁହାଯାଇଛି । ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସ୍ୱାସ୍ଥ୍ୟ ମିଶନ ନିଦେ୍ର୍ଦଶକ ଶାଳିନୀ ପଣ୍ଡିତ, ଆର୍ଏମ୍ଆର୍ସି ନିଦେ୍ର୍ଦଶକ ସଂଘମିତ୍ରା ପତି, ଜନ ସ୍ୱାସ୍ଥ୍ୟ ନିଦେ୍ର୍ଦଶକ ଡାକ୍ତର ନିରଞ୍ଜନ ମିଶ୍ରଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ସମ୍ପୃକ୍ତ ଜିଲ୍ଲାପାଳମାନେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ କ୍ଷେତ୍ରସ୍ତରୀୟ ସ୍ଥିତି ଓ ଡାଇରିଆ ନିରାକରଣ ପାଇଁ ନିଆଯାଇ ଥିବା ପଦକ୍ଷେପ ବିଷୟରେ ଜଣାଇଛନ୍ତି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *