ଓଡ଼ିଆଙ୍କ ବୀରତ୍ୱ ବଖାଣିଲେ ନବୀନ
ଆଜାଦୀ କା ଅମୃତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୬ା୮ (ବୁ୍ୟରୋ): ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆଦିଲ୍ଲୀରେ ପହଞ୍ଚôବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜାଦୀ କା ଅମୃତ ମହୋତ୍ସବ ବୈଠକରେ ଯୋଗ ଦେଇଥିଲେ । ୭୫ତମ ସ୍ୱାଧୀନତା ଅବସରରେ ଦେଶରେ ପାଳନ କରାଯାଉଛି ଆଜାଦି କା ଅମୃତ ମହୋତ୍ସବ । ଏହି ପ୍ରସଙ୍ଗରେ ରାଷ୍ଟ୍ରପତି ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଅବସରରେ ସ୍ୱାଧୀନତାରେ ଓଡିଶାର ଭୂମିକା କଥା ଉଲ୍ଲେଖ କରିଥିଲେ । ଓଡିଆ ସ୍ୱାଧୀନତା ସଂଗ୍ରାମୀଙ୍କ ବୀରତ୍ୱ ଓ ଅବଦାନ ସମ୍ପର୍କରେ କହିଥିଲେ ।
ମୁଖ୍ୟମନ୍ତ୍ରୀ ଶ୍ରୀ ନଟ୍ଟନାୟକ ଆଜାଦୀ କା ଅମୃତ ଉତ୍ସବ ପାଇଁ ଓଡିଶାର ଏକ ବ୍ଲୁ ପ୍ରିଣ୍ଟ ଦେଇଥିଲେ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ସ୍ୱାଧୀନତାରେ ଅବଦାନ କଥା ସମ୍ପର୍କରେ ମଧ୍ୟ ଆଲୋକପାତ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । ବୈଠକ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଥିଲେ । ଏଥିସହ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କଥା ହେବେ ବୋଲି କହିଛନ୍ତି ।
ନୀତି ଆୟୋଗର ସପ୍ତମ ଗଭର୍ଣ୍ଣିଂ କାଉନସିଲ ବେଠକ ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଅବସରରେ ଉପସ୍ଥିତ ରହିବା ସହ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ଦେବା ଦାବିକୁ ଦୋହରାଇବା ସହ କୃଷି, ସ୍ୱାସ୍ଥ୍ୟ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉଠାଇବେ । ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ବ୍ୟବସ୍ଥା ଉଚ୍ଛେଦ ହୋଇଛି । ତେଣୁ ଓଡ଼ିଶାକୁ ସ୍ୱତନ୍ତ୍ର ଫୋକସ ଷ୍ଟେଟ ମାନ୍ୟତା ଦେବାକୁ ଦାବି କରିବେ ମୁଖ୍ୟମନ୍ତ୍ରୀ । ଦୀର୍ଘ ୨ ଦଶନ୍ଧି ଧରି କେନ୍ଦ୍ର ସରକାରଙ୍କ ପାଖରେ ଓଡ଼ିଶା ଏହି ଦାବି କରିଆସୁଛି । ହେଲେ କେନ୍ଦ୍ର ପ୍ରତିଶ୍ରୁତି ଦେଇ ଅଣଦେଖା କରିଚାଲିଥିବାର ନଜିର ରହିଛି ।
ସୂଚନାଥାଉ କି, ମୁଖ୍ୟମନ୍ତ୍ରୀ ଏହି ଗସ୍ତକାଳରେ ‘ଆଜାଦୀ କା ଅମୃତ ମହୋତ୍ସବ’ ଓ ନୀତି ଆୟୋଗର ୭ମ ପରି·ଳନା ପରିଷଦ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଅଗଷ୍ଟ ୮ରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି । ଏହାପୂର୍ବରୁ ଗତ ସପ୍ତାହରେ ନିତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ ଓଡ଼ିଶା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଆଲୋଚନା କରିଥିଲେ । ଏହି ସମୟରେ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକୁ ପ୍ରଶଂସା କରିଥିଲେ ଶ୍ରୀ ବେରୀ । ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ସାମିଲ୍ ହେବା ପାଇଁ ମୁଖ୍ୟମନ୍ତ୍ରୀ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିଲେ ।