୩ ଦିନ ପ୍ରବଳ ବର୍ଷିବ
୪୮ ଘଣ୍ଟାରେ ଅବପାତ ରୂପ ନେବ ଲଘୁଚାପ
ଭୁବନେଶ୍ୱର, ୭ା୮ (ବୁ୍ୟରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁ·ପ ସୁଦୃଶ୍ୟ ଲଘୁ·ପରେ ପରିଣତ ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର ଏକାଧିକ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦ୍ୱାରା ଜାରି ସୂଚନା ଅନୁସାରେ, ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁ·ପ କ୍ଷେତ୍ର ବର୍ତ୍ତମାନ ଓଡ଼ିଶା ଏବଂ ଏହାର ପାଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ସ୍ପଷ୍ଟ ଚିହ୍ନିତ ଲଘୁ·ପ କ୍ଷେତ୍ର ଭାବରେ ଅବସ୍ଥିତ ରହିଛି । ଏହାସହ ଜଡିତ ସାମୁଦ୍ରିକ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ୭.୬ କି.ମି ଉଚ୍ଚତା ସହ ଦକ୍ଷିଣ-ପଶ୍ଚିମ ଆଡକୁ ବିସ୍ତାରିତ ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଏକ ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶା ଏବଂ ଛତିଶଗଡ଼ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ବିଶେଷ କରି କହିବାକୁ ଗଲେ ଆସନ୍ତା ୩ ଦିନ ଅର୍ଥାତ୍ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ତଳିଆ ଅଞ୍ଚଳରୁ ବର୍ଷାଜଳ ନିଷ୍କାସନ ପାଇଁ ·ଷୀମାନଙ୍କୁ ସୂଚନା ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲିଠୁ ପରବର୍ତ୍ତୀ ନିଦେ୍ର୍ଦଶ ଯାଏ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ସମୁଦ୍ର ଭିତରକୁ ନଯିବା ଲାଗି ଡାକବାଜି ଦ୍ୱାରା ସତର୍କ କରାଯାଇଛି । ପଶ୍ଚିମବଙ୍ଗ ଦୀଘା ସମେତ ବାଲେଶ୍ୱର ଉପକୂଳରେ ଡାକବାଜି ଦ୍ୱାରା ମତ୍ସ୍ୟଜୀବୀଙ୍କୁୁ ସମୁଦ୍ରରୁ ଫେରି ଆସିବା ଲାଗି କୁହାଯାଇଛି । ଯେଉଁମାନେ ଦୀଘା ଏବଂ ଶଙ୍କରପୁର ସମେତ ବିଭିନ୍ନ ବନ୍ଦରରେ ମାଛ ଧରିବାକୁ ପ୍ରସ୍ତୁତ ହେଉଛନ୍ତି ସେମାନଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ସେହିପରି ଅତିପ୍ରବଳ ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ତଳିଆ ଅଞ୍ଚଳ, ଅଣ୍ଡରପାସ୍ ରୋଡରେ ଜଳବନ୍ଦୀ ଅବସ୍ଥା ହେବା ଆଶଙ୍କା କରାଯାଉଛି । ପ୍ରବଳ ବର୍ଷା ଯୋଗୁ କଚ୍ଚା ରାସ୍ତା ଓ କଚ୍ଚା ଘର ପ୍ରଭାବିତ ହେବା ସହ ସହରାଞ୍ଚଳରେ ଟ୍ରାଫିକ ସମସ୍ୟା ଉପୁଜିବା ଆଶଙ୍କା କରାଯାଉଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି । ସେପଟେ ଦିନକରେ ରାଜ୍ୟରେ ମୋଟ ୨୨୯.୪ ମିମି ବର୍ଷା ରେକର୍ଡ ହୋଇଛି । ୭ ସ୍ଥାନରେ ଅତିପ୍ରବଳ ବର୍ଷା ରେକର୍ଡ ହୋଇଥିବାବେଳେ ଏହାର ପରିମାଣ ସ୍ୱାଭାବିକ୍ଠାରୁ ୧୧୬% ଅଧିକ ରହିଛି । ଆସନ୍ତାକାଲି ରାଜ୍ୟର ୧୦ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେମି ଯାଏ ବର୍ଷା ରେକର୍ଡ ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାକଳନ କରିଛନ୍ତି । ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନାଗିରି ଓ କୋରାପୁଟ ରହିଛି । ସେହିପରି ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ସୋନପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଏକାଧିକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଥିବାରୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପତ୍ର ଲେଖିଛନ୍ତି ।