ରାଜଧାନୀ ଟ୍ରାଫିକ୍କୁ ସଜାଡ଼
ଭୁବନେଶ୍ୱର (ବୁ୍ୟରୋ): ରାଜଧାନୀର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ହୋଇଛି । ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଦଶରେ ୫ଟି ସଚିବ ଭିକେ ପାଣ୍ଡିଆନ ବୁଧବାର ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଚ୍ଛକ ଓ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି । ପ୍ରଶାସନ ଏବଂ ପୁଲିସର ବରିଷ୍ଠ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ । ପରିଦର୍ଶନ ସମୟରେ ପୁଲିସ କମିଶନର ଏସ ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଭି ଭି ଯାଦବ, ବିଏମ୍ସି କମିଶନର ଶ୍ରୀ କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ ।