ଦୁର୍ନୀତିଗ୍ରସ୍ତଙ୍କୁ ସ୍ଥାନ ନାହିଁ

ମୁଖ୍ୟମନ୍ତ୍ରୀଙ୍କ କଡ଼ା ଆଭିମୁଖ୍ୟ
ଭୁବନେଶ୍ୱର, ୧୦ା୮ (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉ ରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିବାବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍ସନ୍ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି । ଜଣେ ସୁପରିଟେନ୍ଣ୍ଡିଂ ଇଞ୍ଜିନିୟର, ୨ ଜଣ ଏକଜିକୁ୍ୟଟିଭ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଜୁନିଅର ଇଞ୍ଜିନିୟର, ଜଣେ ଓଏଏସ୍ ଅଧିକାରୀ, ଜଣେ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଏବଂ ଜଣେ ସାମାଜିକ ଶିକ୍ଷା ଅଧିକାରୀ ଅନ୍ତର୍ଭୁକ୍ତ ଅଛନ୍ତି । ପୂର୍ବରୁ ୧୬୪ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବାବେଳେ ଏହି ୯ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୭୩ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।
ଚାକିରିରୁ ବହିଷ୍କୃତ ହୋଇଥିବା ୫ ଜଣ ଅଧିକାରୀଙ୍କ ମଧ୍ୟରେ ମାଲକାନଗିରିର ଗ୍ରାମ୍ୟ ଉନ୍ନୟନ ଡିଭିଜନ-୧ର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଆଶିଷ କୁମାର ଦାଶଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଭଦ୍ରକ ଗ୍ରାମ୍ୟ ଉନ୍ନୟନ ଡିଭିଡନ-୧ର ପୂର୍ବତନ ଏକଜୁ୍ୟକିଟିଭ ଇଞ୍ଜିନିୟର ମାନସ ରଞ୍ଜନ ମହାନ୍ତି, କଟକ ଗଣ୍ଡରପୁର ଡ୍ରେନେଜ୍ ଡିଭିଜନର ଏକ୍ଜିକୁ୍ୟଟିଭ ଇଞ୍ଜିନିୟର ମନୋଜ କୁମାର ବେହେରା, କେନ୍ଦୁଝର ଜିଲ୍ଲା ସାଳପଡାସ୍ଥିତ ବୈତରଣୀ ଜଳସେଚନ ଡିଭିଜନର ଆସିଷ୍ଟାଣ୍ଟ ଇଞ୍ଜିନିୟର ଉମେଶ କୁମାର ଶାଶିନୀ, ଉମରକୋଟ ସଡକ ଓ କୋଠାବାଡିର ଆସିଷ୍ଟାଣ୍ଟ ଇଞ୍ଜିନିୟର ବିଶୁଦ୍ଧାନନ୍ଦ ବେହେରା, ପାରଳାଖେମୁଣ୍ଡିର ଅବସରପ୍ରାପ୍ତ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀ ଜଳଧର ମଲ୍ଲିକ, ବଲାଙ୍ଗୀର ଜିଲ୍ଲାର ପୂର୍ବତନ ସାମାଜିକ ଶିକ୍ଷା ସଂଗଠକ ପ୍ରଭାସିନୀ ବାବୁ, ଗଞ୍ଜାମ ଜିଲ୍ଲା ରୁରାଲ ୱାର୍କ୍ସ ଡିଭିଜନ-୨ର ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ପୂର୍ବତନ ଜୁନିଅର ଇଞ୍ଜିନିୟର ତ୍ରିନାଥ ସେଠୀ ରହିଛନ୍ତି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *