ଅଙ୍ଗଦାତାଙ୍କ ତ୍ୟାଗର ତୁଳନା ନାହିଁ
ବିଶ୍ୱ ଅଙ୍ଗଦାନ ଦିବସରେ ସୂରଜ ପୁରସ୍କାର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ସୁଶୀଲ ସାହୁ ଓ ସିଦ୍ଧି ସମୃଦ୍ଧିଙ୍କ ପରିବାରକୁ ୫ ଲକ୍ଷ ଆର୍ଥôକ ପୁରସ୍କାର
ଭୁବନେଶ୍ୱର, ୧୩ା୮ (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଗଞ୍ଜାମର ଜଗନ୍ନାଥ ପ୍ରସାଦ ଅଞ୍ଚଳର ଆଲାଡ଼ି ଗ୍ରାମର ସ୍ୱର୍ଗତ ସୁଶୀଲ ସାହୁ ଓ ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ କନିଶି ବ୍ଲକ୍ ନୀଳାଚଳ ନଗରର ସିଦ୍ଧି ସମୃଦ୍ଧିଙ୍କୁ ୨୦୨୨ ପାଇଁ ସୁରଜ୍ ପୁରସ୍କାର ପ୍ରଦାନ କରିଛନ୍ତି । ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ସ୍ୱର୍ଗତ ସୁଶିଲଙ୍କ ପତ୍ନୀ ପିଙ୍କି ସାହୁ ଓ ସିଦ୍ଧିଙ୍କ ପିତା ସପନ୍ କୁମାର ବିନ୍ଧାଣୀଙ୍କୁ ୫ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି ।
ହୃଦୟ, କିଡନୀ ଓ ଯକୃତ ପରି ଜୀବନ ରକ୍ଷାକାରୀ ଅଙ୍ଗ ଦାନ ପାଇଁ ୨୦୨୦ଠାରୁ ଏହି ପୁରସ୍କାର ଦିଆଯାଉଛି । ଚଳିତ ବର୍ଷ ଏହା ତୃତୀୟ ସୁରଜ୍ ପୁରସ୍କାର । ୨୦୨୦ରେ ଗଞ୍ଜାମର ମସ୍ତିସ୍କ ମୃତ ସୁରଜ୍ ବେହେରାଙ୍କ ପିତାମାତା ତାଙ୍କର ୬ଟି ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଦାନ କରି ୬ଟି ଜୀବନ ରକ୍ଷା କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସେହି ବର୍ଷ ତାଙ୍କ ନାମରେ ସୁରଜ୍ ପୁରସ୍କାର ଆରମ୍ଭ କରିଥିଲେ । ଉଭୟ ସୁଶୀଲ ଓ ସିଦ୍ଧିଙ୍କ ପିତା ମାତାଙ୍କ ନିକଟରେ ସମାଜ ରୁଣୀ ବୋଲି ମଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଅବସରରେ କହିଥିଲେ । ଏହା ଦ୍ୱାରା ସମାଜ ଉପରେ ବହୁô ଭଲ ପ୍ରଭାବ ପଡୁଛି । ଏହି ପରି ଭଲ କାମ କରି ସମାଜ ପାଇଁ ପ୍ରେରଣା ସୃଷ୍ଟି କରି ଏକ ସୁନ୍ଦର ସମାଜ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ ।
ଅଙ୍ଗ ଦାନ ଅନେକ ପରିବାର ପାଇଁ ଆଶା ସୃଷ୍ଟି କରିପାରୁଛି । ଅନ୍ୟର ଜୀବନ ରକ୍ଷା ସବୁଠାରୁ ଅଧିକ ପୁଣ୍ୟ କାର୍ଯ୍ୟ । ଅଙ୍ଗଦାନ ଏକ ସାହସିକ ନିଷ୍ପତ୍ତି । ଅଙ୍ଗ ଦାନ କରୁଥିବା ପରିବାରଙ୍କ ତ୍ୟାଗର ତୁଳନା ନାହିଁ ବୋଲି ସେ କହିଥିଲେ ।
ବାଚସ୍ପତି ଶ୍ରୀ ଆରୁଖ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରମୁଖ ଏହି ଅବସରରେ ନିଜ ବକ୍ତବ୍ୟ ରଖିଥିଲେ । ସୁଶୀଲ ଓ ସିଦ୍ଧୀଙ୍କ ପରିବାରର ତ୍ୟାଗର ଉଚ୍ଚ ପ୍ରଶଂସା କରିଥିଲେ । ସେମାନଙ୍କ ଏହି ମହାନ କାର୍ଯ୍ୟ ସମାଜ ପାଇଁ ଆଦର୍ଶ ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କେ ପଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ । ଏନ୍ଏଚ୍ଏମ୍ର ନିଦେ୍ର୍ଦଶକ ସ୍ୱାଗତ ଭାଷଣ ଦେଇଥିବାବେଳେ ଡିଏମ୍ଇଟି ଧନ୍ୟବାଦ୍ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା ଓ ଅନ୍ୟ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।