ପ୍ରତ୍ୟେକ ଜୀବନ ମୂଲ୍ୟବାନ

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସ୍ଥିତି ସମୀକ୍ଷା
ଭୁବନେଶ୍ୱର, ୧୬ା୮ (ବୁ୍ୟରୋ): ସବୁ ପ୍ରକାର ବିପର୍ଯ୍ୟୟରେ ଆମର ନୀତି ହେଉଛି “ଜୀବନ ମୂଲ୍ୟବାନ’ । ତେଣୁ ଯେପରି କୌଣସି ଗୋଟିଏ ବି ଜୀବନ ହାନୀ ନ ହୁଏ, ଏବଂ ସାଧାରଣ ଜୀବନଯାତ୍ରାରେ କୌଣସି ବ୍ୟାପକ ଅସୁବିଧା ସୃଷ୍ଟି ନ ହୁଏ, ତାକୁ ସୁନିଶ୍ଚିତ କର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ରାଜ୍ୟର ବନ୍ୟା ପରିସ୍ଥିତି ସମୀକ୍ଷା କରି ଅଧିକାରୀଙ୍କୁ ଏହି ମର୍ମରେ ନିଦେ୍ର୍ଦଶ ଦେଇଛନ୍ତି । ପରିସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର ଓ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି) ପ୍ରଦୀପ ଜେନା ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିଦେ୍ର୍ଦଶ ଦେଇଛନ୍ତି ।
କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକାର ୧୦ ଜିଲ୍ଲାରେ ବନ୍ୟା ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ ଜିଲ୍ଲାର ଜିଲ୍ଲାପାଳ ସତର୍କ ରହିବା ସହ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିପଦସଙ୍କୁଳ ଅଞ୍ଚଳରେ ଥିବା ଲୋକଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ମଧ୍ୟ ସେ ନିଦେ୍ର୍ଦଶ ଦେଇଛନ୍ତି । ରାଜ୍ୟସ୍ତରରେ ସମ୍ପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ ମଧ୍ୟ ସେ ନିଦେ୍ର୍ଦଶ ଦେଇଛନ୍ତି ।
ବିଭିନ୍ନ ବିଭାଗ ଗୁଡିକୁ ନିଦେ୍ର୍ଦଶ ଦେଇ ଏନ୍ଡିଆର୍ଏଫ୍, ଓଡ୍ରାଫ୍ ଓ ଅଗ୍ନିଶମ ବାହିନୀର ଦଳଗୁଡିକୁ ବିଭିନ୍ନ ବିପଦସଙ୍କୁଳ ସ୍ଥାନଗୁଡିକରେ ସଜାଗ ରଖି ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ହସ୍ପିଟାଲ, ଜଳଯୋଗାଣ ଓ ବିଦୁ୍ୟତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦେବା, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ୱଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ୱାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିଦେ୍ର୍ଦଶ ଦେଇଛନ୍ତି ।
ସେପିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି । ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଞ୍ଜିନିୟରିଂ ବିଭାଗ ଗୁଡିକ ସେଗୁଡିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବା ଆବଶ୍ୟକ । ସେହିପରି ଶକ୍ତି ବିଭାଗ ମଧ୍ୟ ବିଦୁ୍ୟତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି । ବୈଠକରେ ଏସ୍ଆର୍ସି ଶ୍ରୀ ଜେନା ପରିସ୍ଥିତି, ପ୍ରସ୍ତୁତି ଓ ପଦକ୍ଷେପ ସମ୍ପର୍କରେ ଉପସ୍ଥାପନା ରଖିଥିଲେ ।
ଏସ୍ଆର୍ସିଙ୍କ ସୂଚନା ମୂତାବକ, ମହାନଦୀର ଉପର ଓ ତଳମୁଣ୍ଡରେ ବର୍ଷା ହୋଇ ୧୦ ଜିଲ୍ଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ହୀରାକୁଦର ତଳ ମୁଣ୍ଡରେ ବନ୍ୟା ପରିସ୍ଥିତିର ପ୍ରଭାବ ସାମାନ୍ୟ କମିଛି । ୭ ଜିଲ୍ଲାରେ ୯ ଓଡ୍ରାଫ, ୬ ଜିଲ୍ଲାରେ ୯ଟି ଏନ୍ଡିଆର୍ଏଫ୍ ଟିମ୍, ୪୪ ଅଗ୍ନିଶମ ସେବା ୟୁନିଟକୁ ସଜାଗ ରଖାଯାଇଛି । ସବୁ ଜିଲ୍ଲା ପ୍ରଶାସନକୁ ହାଇ ଆଲର୍ଟରେ ରଖାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ସମ୍ବଲପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ କଟକ କମିଶନରଙ୍କ ସହ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ । ବର୍ତ୍ତମାନ ସୁଦ୍ଧା ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିଛି ଏବଂ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ଭାବରେ ସଜାଗ ରହି ପରିସ୍ଥିତି ଉପରେ ନଜର ରଖିଛି । କେତେକ ସ୍ଥାନରେ ଲୋକଙ୍କୁ ସ୍ଥାନାନ୍ତରିତ ମଧ୍ୟ କରାଯାଉଛି ବୋଲି ଜିଲ୍ଲାପାଳମାନେ ସୂଚନା ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *