୨୩ରୁ ପୁଣି ବର୍ଷା

ଭୁବନେଶ୍ୱର, ୨୧ା୮ (ବୁ୍ୟରୋ): ଦିନକ ପରେ ଅର୍ଥାତ ଆସନ୍ତା ୨୩ରୁ ରାଜ୍ୟରେ ପୁଣି ବର୍ଷା ହେବ । ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ୨୩ ଓ ୨୪ ତାରିଖରେ ଉପକୂଳ-ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼ା, ଗଞ୍ଜାମ, କନ୍ଧମାଳ, ଗଜପତି, ରାୟଗଡ଼ା ଓ କଳାହାଣ୍ଡି ରହିଛି । ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି ରହିଛି । ଏ ସମସ୍ତ ଜିଲ୍ଲାଗୁଡ଼ିକ ନିମନ୍ତେ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଏଭଳି ସୂଚନା ଜାରି ପରେ ଜଳବନ୍ଦି ଥିବା ଅଞ୍ଚଳବାସୀଙ୍କ ଭିତରେ ଛନକା ପଶିଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *