୪ ଜିଲ୍ଲାର ମିଶନ୍ ଶକ୍ତି ମା’ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବୁ୍ୟରୋ): ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମାଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ୱ ଅର୍ପଣ କରିଥିବାରୁ ସେମାନେ କୃତଜ୍ଞତା ଜଣାଇଥିଲେ । ସୂଚନାଯୋଗ୍ୟ, ଚଳିତ ବର୍ଷ ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମାଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ୱ ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *