୨୪ ଜିଲ୍ଲା ପ୍ରଭାବିତ, ଖୁବ୍ଶୀଘ୍ର ସହାୟତା

ଆସିଲା ବନ୍ୟା କ୍ଷୟକ୍ଷତି ଆକଳନ
ଭୁବନେଶ୍ୱର, ୭ା୯ (ବୁ୍ୟରୋ): ଗତ ଅଗଷ୍ଟ ମାସର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ହୋଇଥିବା ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଯୋଗୁଁ ରାଜ୍ୟର ୨୪ ଜିଲ୍ଲା ଯଥା: ଅନୁଗୁଳ, ବରଗଡ, ବୌଦ୍ଧ, ନୟାଗଡ, ସମ୍ବଲପୁର, ସୁବର୍ଣ୍ଣପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, ପୁରୀ, ଭଦ୍ରକ ବାଲେଶ୍ୱର, ଯାଜପୁର, କେଉଁଝର, ମୟୁରଭଞ୍ଜ, ବଲାଙ୍ଗିର, ଝାରସୁଗୁଡା, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୂଆପଡା ଓ ସୁନ୍ଦରଗଡ ପ୍ରଭାବିତ ହୋଇଛି । ବନ୍ୟା ଓ ପ୍ରବଳ ବୃଷ୍ଟିପାତ ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ସମ୍ପୃକ୍ତ ଜିଲ୍ଲା ଓ ବିଭାଗକୁ କରିବା ପାଇଁ ନିଦେ୍ର୍ଦଶ ଦିଆଯାଇଥିଲା । ଜିଲ୍ଲାପାଳଙ୍କଠୁ ପ୍ରାପ୍ତ କ୍ଷୟକ୍ଷତିର ଆକଳନର ତଥ୍ୟ ଅନୁଯାୟୀ ୧୪,୨୩୫ ବାସଗୃହ, ୧୨୩୬ ଗୁହାଳ, ୫୦୩୬ ହେକ୍ଟର ଚାଷ ଜମି ବାଲିଚର, ୧୧୨୫ ଡଙ୍ଗା ଓ ଜାଲ, ୨୮.୩୮୨ ହେକ୍ଟର ମାଛ ପୋଖରୀ ଓ ୪୮୩.୧୪୫ ହେକ୍ଟର ମାଛ ଜାଅଁଳ ଚାଷ କ୍ଷତିଗ୍ରସ୍ତ ହୋଇଛି । ୧,୨୬,୧୬୨ ହେକ୍ଟର ଚାଷ ଜମି ଶତକଡା ୩୩ ଭାଗରୁ ଊଦ୍ଧ୍ୱର୍ ଫସଲ ହାନୀ ହୋଇଥିବା ରାଜସ୍ୱ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ।
ଜିଲ୍ଲାପାଳଙ୍କ କ୍ଷୟକ୍ଷତିର ଆକଳନକୁ ଭିତ୍ତିକରି ଓ ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ଘର ନିର୍ମାଣ ସହାୟତା, ବାସନକୁସନ ସହାୟତା, କୃଷିଭିତ୍ତିକ ସହାୟତା, ବାଲିଚର ସହାୟତା, ମୃତ ଗୋରୁଗାଈଙ୍କ ପାଇଁ ସହାୟତା, କ୍ଷତିଗ୍ରସ୍ତ ଡଙ୍ଗା ଓ ଜାଲ, ମତ୍ସ୍ୟପୋଖରୀ, ମତ୍ସ୍ୟଜାଁଳ ଚାଷ, ହସ୍ତତନ୍ତ ବୁଣାକାର, ହସ୍ତଶିଳ୍ପ କାରିଗର, ରେଶମ ଚାଷୀଙ୍କ ପାଇଁ ସହାୟତା ବାବଦକୁ ୧୨୮ କୋଟି ୫୮ ଲକ୍ଷ ଟଙ୍କା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶ କ୍ରମେ ମଞ୍ଜୁର କରାଯାଇଛି । ସେହିପରି ଜଳବନ୍ଦୀ ଘେରରେ ଥିବା ପ୍ରଭାବିତ ଲୋକଙ୍କୁ ଖାଦ୍ୟ ସହାୟତା ବାବଦକୁ ଅଦ୍ୟାବଧି ଜିଲ୍ଲାପାଳଙ୍କୁ ୯୯ କୋଟି ୯୨ ଲକ୍ଷ ୯୭ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶ କ୍ରମେ ମଞ୍ଜୁର କରାଯାଇଛି ।
ଇତି ମଧ୍ୟରେ ଜଳସମ୍ପଦ ବିଭାଗ, ପୁର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ ଓ ଶକ୍ତି ବିଭାଗଠାରୁ ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ଆକଳନ ରିପୋର୍ଟ ହସ୍ତଗତ ହୋଇଛି । ସାଧାରଣ ସମ୍ପତ୍ତି କ୍ଷୟକ୍ଷତିର ତୁରନ୍ତ ପୁନରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗ ୫୨୭୭.୬୯ ଲକ୍ଷ ଟଙ୍କା, ପୁର୍ତ୍ତ ବିଭାଗ ୨୦୧୯.୪୪ ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗ ୪୨୫୪.୭୦ ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗ ୬୦୭.୭୨ ଲକ୍ଷ ଟଙ୍କା ଓ ଶକ୍ତି ବିଭାଗ ୫୦୩.୩୮ ଲକ୍ଷ ଟଙ୍କା ଆବଶ୍ୟକ ବୋଲି ଜଣାଇଛନ୍ତି । ମାତ୍ର ବିପର୍ଯ୍ୟୟ ସହାୟତା ପାଣ୍ଠିର ସର୍ତ୍ତ ଓ ନିୟମାବଳୀ ଅନୁଯାୟୀ ସାଧାରଣ ସମ୍ପତ୍ତିର କ୍ଷୟକ୍ଷତିର ତୁରନ୍ତ ପୁନରୁଦ୍ଧାର ପାଇଁ ଜଳସମ୍ପଦ ବିଭାଗ ୪୩୫୩.୯୨ ଲକ୍ଷ ଟଙ୍କା, ପୁର୍ତ୍ତ ବିଭାଗ ୧୩୬୭.୨୫ ଲକ୍ଷ ଟଙ୍କା, ଗ୍ରାମ୍ୟ ଉନ୍ନୟନ ବିଭାଗ ୨୪୧୪.୩୭ ଲକ୍ଷ ଟଙ୍କା, ଗୃହ ଓ ନଗର ଉନ୍ନୟନ ବିଭାଗ ୮୨.୪୬ ଲକ୍ଷ ଟଙ୍କା ଓ ଶକ୍ତି ବିଭାଗ ୪୯୭.୫୧ ଲକ୍ଷ ଟଙ୍କା ବିପର୍ଯ୍ୟୟ ସହାୟତା ପାଣ୍ଠିରୁ ମଞ୍ଜୁର କରାଯାଇଛି । ଏହି ଭଳି ସର୍ବମୋଟ ୮୭୧୫.୫୧ ଲକ୍ଷ ଟଙ୍କା ଉକ୍ତ ବିଭାଗମାନଙ୍କୁ ସାଧାରଣ ସମ୍ପତ୍ତିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଦେ୍ର୍ଦଶ କ୍ରମେ ମଞ୍ଜୁର କରାଯାଇଥିବା ବିଭାଗୀୟ ଅଧିକାରୀ କହିଛନ୍ତି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *