ଲଘୁଚାପ ଆଣୁଛି ବର୍ଷା
ଭୁବନେଶ୍ୱର, ୭ା୯ (ବୁ୍ୟରୋ): ବୁଧବାର ସକାଳୁ ପୂର୍ବ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ସମୁଦ୍ରପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ଏହା ବ୍ୟାପିଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଲଘୁ·ପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ ପ୍ରକାଶ ପାଇଛି । ବିଶେଷ ଭାବେ ଦକ୍ଷିଣ ଓଡିÿଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ଲଗୁଚାପ ପ୍ରଭାବରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବନୁମାନେ ପ୍ରକାଶ ପାଇଛି ।
ଏହାକୁ ନେଇ ପାଣିପାଗ ବୈଜ୍ଞାନିକ ଉମା ଶଙ୍କର ଦାଶ କହିଛନ୍ତି, ଆସନ୍ତାକାଲିଠାରୁ ବର୍ଷା ଆରମ୍ଭ ହେବା ନେଇ ସମ୍ଭାବନା ରହିଛି । ଏଥିପାଇଁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ମୋଟ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୯ ତାରିଖ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ୧୩ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିଭଳି ୯ରୁ ୧୦ ତାରିଖ ମଧ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବ । ଆଗାମୀ ୩ ଦିନ ମଧ୍ୟରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ୭୦ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ରାଜ୍ୟରେ ମୌସୁମୀ ମଧ୍ୟ ସକ୍ରିୟ ରହିଛି । ଏହି ଦୁଇ ପାଣିପାଗ ନିୟାମକକୁ ନେଇ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢିବା ବୋଲି ଆକଳନ କରାଯାଇଛି । ସୃଷ୍ଟ ଘୁର୍ଣ୍ଣିବଳୟ ଅଧିକ ଘନିଭୂତ ହେବା ସମ୍ଭାବନା ରହିଛି । ୧୧ ତାରିଖ ଯାଏ ଏହା ଓଡ଼ିଶା ଉପକୂଳରେ ଘନିଭୂତ ହୋଇ ବଳ ସାଉଣ୍ଟିବ ଓ ପରେ ଝାଡ଼ଖଣ୍ଡ ମୁହାଁ ହୋଇ ପରବର୍ତ୍ତି ଲଘୁଚାପ ସହ ମିଶି ଅଧିକ ବର୍ଷା କରାଇବ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି ।
ଲଘୁ·ପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ଉପକୂଳ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ ସହ ପବନ ବହିବାର ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ସହ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୦ କିମି ରହିବ, ତେଣୁ ମତ୍ସ୍ୟଜୀବୀଙ୍କୁ ଆସନ୍ତା ୯ ଓ ୧୦ ତାରିଖରେ ସମୁଦ୍ର ଭିତରକୁ ଯିବା ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ତଳିଆ ଅଞ୍ଚଳରେ ପାଣି ଜମିବା ସହ ପାହାଡ଼ିଆ ଅଞ୍ଚଳରେ ଭୁସ୍ଖଳନ ହେବାର ସମ୍ଭାବନା ରହିଥିବାରୁ ସତର୍କ ସୂଚନା ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । କୋରାପୁଟର ସେମିଳିଗୁଡ଼ାରେ ସର୍ବାଧିକ ୮୪ ମିମି ବର୍ଷା ରେକର୍ଡ କରାଯାଇଛି । ତାସହିତ ଅନ୍ୟ ଦୁଇଟି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । ଜୁନ୍ ୧ ତାରିଖରୁ ସେପ୍ଟେମ୍ବର ୭ ତାରିଖ ସୁଦ୍ଧା ରାଜ୍ୟରେ ୧୦୧୧.୧ ମିମି ବର୍ଷା ରେକର୍ଡ ହୋଇଛି । ଏହା ସ୍ୱାଭାବିକ ବର୍ଷା ୯୮୪.୯ ମିମି ବର୍ଷା ତୁଳନାରେ ୩ ପ୍ରତିଶତ ଅଧିକ । ଭଦ୍ରକରେ ୨୧ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ଢେଙ୍କାନାଳ, କନ୍ଧମାଳ, କୋରାପୁଟ ଓ ବୌଦ୍ଧରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି ।