୨୧୫ ଷ୍ଟଲ୍ରେ ଖୋଲିଛି ବସ୍ତ୍ର ପସରା

ହସ୍ତତନ୍ତ ମେଳା-୨୨
ଭୁବନେଶ୍ୱର (ବୁ୍ୟରୋ): ଆମ ଦେଶ ଭାରତର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ପାଇଁ ତଥା ଏହାର ବାଣିଜି୍ୟକ ଆଭିମୁଖ୍ୟକୁ ତ୍ୱରାନ୍ୱିତ କରି ଏଥିରେ ସମ୍ପୃକ୍ତ ବୁଣାକାରଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ରାଜ୍ୟ ସରକାରଙ୍କ ଆନୁକୂଲ୍ୟରେ ବୟନିକା ଦ୍ୱାରା ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ୨୧ତମ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା ଆୟୋଜିତ ହୋଇଛି । ଏହି “ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା’ ଅକ୍ଟୋବର ୯ ପର୍ଯ୍ୟନ୍ତ ଜନସାଧାରଣଙ୍କ ନିମନ୍ତେ ଖୋଲା ରହିବ । ସୋମବାର ସନ୍ଧ୍ୟାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ଏହି ମେଳାକୁ ଉଦ୍ଘାଟନ କରିଛନ୍ତି ।
ଉତ୍ସବରେ ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ବିଭାଗୀୟ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା, ବୟନଶିଳ୍ପ ଓ ହସ୍ତତନ୍ତ ନିଦେ୍ର୍ଦଶକ ସୁଶାନ୍ତ କୁମାର ଦାଶ, ବୟନିକାର ପରି·ଳନା ନିଦେ୍ର୍ଦଶକ ଶ୍ୟାମଭକ୍ତ ମିଶ୍ର ଏବଂ ବୟନଶିଳ୍ପ ନିଦେ୍ର୍ଦଶାଳୟ ଓ ବୟନିକାର ପଦାଧିକାରୀବୃନ୍ଦ ଯୋଗ ଦେଇଥିଲେ । ମେଳାରେ ୨୧୫ ଷ୍ଟଲ ଖୋଲାଯାଇଛି । ଏଥି ମଧ୍ୟରୁ ୧୧୫ ଷ୍ଟଲ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓ ସମିତିମାନଙ୍କୁ ପ୍ରଦର୍ଶନୀ ନିମନ୍ତେ ଦିଆଯାଇଛି । ଅନ୍ୟ ୧୦୦ ଷ୍ଟଲ ଅନ୍ୟ ରାଜ୍ୟର ଅଂଶଗ୍ରହଣକାରୀ ସଂସ୍ଥାଙ୍କୁ ଆବଣ୍ଟନ କରାଯାଇଛି । ମେଳାରେ ଉତ୍ତରପ୍ରଦେଶ, ଜାମ୍ମୁ ଓ କାଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ବିହାର, ଆନ୍ଧ୍ରପ୍ରଦେଶ, ତାମିଲନାଡ଼ୁ, କର୍ଣ୍ଣାଟକ, ହରିୟାନା ଏବଂ ଓଡ଼ିଶାର ବିଭିନ୍ନ ସଂସ୍ଥା/ସମିତି ଅଂଶଗ୍ରହଣ କରି ସେମାନଙ୍କର ବିଭିନ୍ନ ହସ୍ତତନ୍ତ ବସ୍ତ୍ର ଓ ପରିଧାନର ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି । ଏହି ପ୍ରଦର୍ଶନୀରେ ଓଡ଼ିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ୍, ଗୁଜୁରାଟର ପଟୋଲା, ଲକ୍ଷ୍ନୌର ଚିକେନକାରୀ, ଜାମ୍ମୁ ଓ କାଶ୍ମୀରର ପଶ୍ମିନା-ସାଲ୍, ତାମିଲନାଡ଼ୁର କାଞ୍ଜିବରମ୍ ପାଟଶାି, ଦିଲ୍ଲୀ, ହରିୟାନାର ଫର୍ନିସିଙ୍ଗ୍ ବସ୍ତ୍ର, ପଞ୍ଜାବର କମ୍ବଳ ଓ କର୍ଣ୍ଣାଟକର ଶିେ ଶାି ଅ ।ଦି ହସ୍ତତନ୍ତ ବସ୍ତ୍ର ଗ୍ରାହକଙ୍କ ପାଇଁ ଉପଲବ୍ଧ ହେଉଛି । ଏହି ମେଳା ପ୍ରତ୍ୟହ ଦିବା ୧୧.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଚାଲିବ । ଏହି ମେଳାରେ ଓଡ଼ିଶାର ପ୍ରତ୍ୟେକ ଷ୍ଟଲରେ ପ୍ରତ୍ୟେକ ବସ୍ତ୍ର ବିକ୍ରି ଉପରେ ସ୍ୱତନ୍ତ୍ର ରିହାତି ଦେବାର ବ୍ୟବସ୍ଥା କରାଯାଇଛି । କୋଭିଡ୍ ଗାଇଡ୍ଲାଇନ୍ର କଡ଼ାକଡ଼ି ଅନୁପାଳନ ନିମନ୍ତେ ସମସ୍ତ ପଦକ୍ଷେପ ନିଆଯାଇଛି । ସାମାଜିକ ଦୂରତା ରଖିବା ଓ ମାସ୍କ ପିନ୍ଧିବା ସମସ୍ତଙ୍କ ପାଇଁ ବାଧ୍ୟତାମୂଳକ କରାଯାଇଛି ।
ଏଠାରେ ଦେଶର ସମସ୍ତ ରାଜ୍ୟର ହସ୍ତତନ୍ତ ବସ୍ତ୍ର ସହ ପାରମ୍ପରିକ ଖାଦ୍ୟ, ଖେଳକୁଦ ଓ ପ୍ରତ୍ୟେକ ସନ୍ଧ୍ୟାରେ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା କରାଯାଇଛି । ମେଳାରେ ବହୁସଂଖ୍ୟାରେ ଯୋଗଦେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଗତବର୍ଷ ଏହି ମେଳାରେ ୧୦ କୋଟି ଟଙ୍କାର ବ୍ୟବସାୟ ହୋଇଥିଲା । ଚଳିତ ବର୍ଷ ପୂଜା ଉପଲକ୍ଷେ ୧୨ କୋଟିରୁ ଅଧିକ ବ୍ୟବସାୟ ହେବ ବୋଲି ଆଶା କରାଯାଉଛି । ଏହି ମେଳାକୁ ବୟନଶିଳ୍ପ ନିଦେ୍ର୍ଦଶାଳୟ ଓ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜନ କରାଯାଇଛି ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *