ମୁଖ୍ୟମନ୍ତ୍ରୀଙ୍କୁ ମିଶନ୍ ଶକ୍ତି ମା’ଙ୍କ କୃତଜ୍ଞତା

ଜାତୀୟ ପତାକା ପ୍ରସ୍ତୁତି ଦାୟିତ୍ୱ
ଭୁବନେଶ୍ୱର (ବୁ୍ୟରୋ): ନବୀନ ନିବାସରେ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନଶକ୍ତି ଗୋଷ୍ଠୀର ମା’ଙ୍କୁ ଭେଟିଛନ୍ତି । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମା’ମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ପରି ଗୁରୁଦାୟିତ୍ୱକୁ ସୁନ୍ଦର ଭାବରେ ନିର୍ବାହ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା’ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହ ଭଲକାମ ଜାରି ରଖିବାକୁ ପରାମର୍ଶ ଦେଇଥିଲେ ।
ସେମାନଙ୍କୁ ଉତ୍ସାହିତ କରିବା ସହ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ମିଶନଶକ୍ତି ଆମ ଜୀବନରେ ବହୁତ ବଡ ପରିବର୍ତ୍ତନ ଆଣିଛି । ମିଶନଶକ୍ତି କାର୍ଯ୍ୟକ୍ରମ ଜରିଆରେ ସେମାନେ କିପରି ସଫଳ ହୋଇପାରିଛନ୍ତି ତାହା ବର୍ଣ୍ଣନା କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ । ସୂଚନାଯୋଗ୍ୟ, ଚଳିତ ବର୍ଷ ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା’ଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ୱ ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *