ଆଧାର ସଂଯୋଗୀକରଣ ସେବାକୁ ତ୍ୱରାନ୍ୱିତ କରିବ
ଆଧାର ବ୍ୟବହାର ସମ୍ପ୍ରସାରଣ କର୍ମଶାଳା
ଭୁବନେଶ୍ୱର (ବୁ୍ୟରୋ): ଉତ୍ତମ ପ୍ରଶାସନ ଦିଗରେ ଅନ୍ୟଜ ଏକ ପଦକ୍ଷେପ ସ୍ୱରୂପ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଆଧାର ବ୍ୟବହାର ସମ୍ପ୍ରସାରଣ ସମ୍ବନ୍ଧିତ କର୍ମଶାଳା ଉଦ୍ଘାଟନ କରିଛନ୍ତି । ରାଜ୍ୟ ସରକାର ଏବଂ ଭାରତର ଏକକ ପରିଚୟ କର୍ତ୍ତୁପକ୍ଷକଙ୍କ ମିଳିତ ସହଯୋଗିତାରେ ରାଜ୍ୟ ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ଶୁକ୍ରବାର ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଛି । ଆଧାର ନମ୍ବର ବ୍ୟବହାରର ସରଳୀକରଣ ନାଗରିକଙ୍କ ଜୀବନ ଧାରାକୁ ସହଜ କରିବା ସହ ବିଭିନ୍ନ ପ୍ରକାର ସାଧାରଣ ସେବା ପ୍ରଦାନକୁ ତ୍ୱରାନ୍ୱିତ କରିବ । ଏହାର ବ୍ୟବହାର ଦ୍ୱାରା ବହୁ ସଂଙ୍ଖ୍ୟକ ଲୋକଙ୍କୁ ଏକ ସମୟରେ ସଠିକ୍ ଓ ସମୟାନୁବନ୍ଧିତ ସେବା ଯୋଗାଯାଇ ପାରିବ ।
ସକ୍ରିୟ ଅଂଶଗ୍ରହଣ ପୂର୍ବକ ବିଭିନ୍ନ ସେବା ପ୍ରଦାନ ସହ ଆଧାର ସଂଯୋଗୀକରଣ ସମ୍ବନ୍ଧୀୟ ପ୍ରଶ୍ନର ସମାଧାନ କରିବା ପାଇଁ କର୍ମଶାଳାରେ ଯୋଗ ଦେଇଥିବା ବିଭିନ୍ନ ବିଭାଗର ଅଧିକାରୀଙ୍କୁ ମୁଖ୍ୟ ଶାସନ ସଚିବ ନିଦେ୍ର୍ଦଶ ଦେଇଥିଲେ । ଆଧାରରେ ସନ୍ନିବଶିତ ତଥ୍ୟ ଏବଂ ବାଇଓମେଟ୍ରିକ୍ ଛାପ ଆଦିକୁ ନିୟମିତ ସମୟ ବ୍ୟବଧାନରେ ଅପ୍ଡେଟ୍ କରିବା ପାଇଁ ଆଧାର କର୍ତ୍ତୁପକ୍ଷକଙ୍କୁ ଶ୍ରୀ ମହାପାତ୍ର ପରାମର୍ଶ ଦେଇଥିଲେ । ଏହାଦ୍ୱାରା ତଥ୍ୟଭିତ୍ତି ସଦ୍ୟତନ ରହିବ ଏବଂ ଆଧାର ନମ୍ବର ମାଧ୍ୟମରେ ନାଗରିକ ଚିହ୍ନଟକରଣ ସଠିକ୍ ହେବ । ବିଶେଷତଃ ଛୋଟ ପିଲାଙ୍କ ନାମରେ ହୋଇଥିବା ବାଇମେଟ୍ରିକ୍ର ନିୟମିତ ସମୟାନ୍ତରରେ ସଦ୍ୟତନ ଦେବାର ଆବଶ୍ୟକତା ଅଧିକ । ନବଜାତ ଶିଶୁ ଏବଂ ଆଧାର କେନ୍ଦ୍ରକୁ ଆସି ପାରିନଥିବା ଦିବ୍ୟାଙ୍ଗ ବା ନିଃସହାୟ ବୃଦ୍ଧ ବ୍ୟକ୍ତିଙ୍କ ଆଧାର ପଞ୍ଜୀକରଣ ଉପରେ ମୁଖ୍ୟ ସଚିବ ଗୁରୁତ୍ୱାରୋପ କରିଥିଲେ ।
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ଅତିରିକ୍ତ ସଚିବ ସତ୍ୟବ୍ରତ ସାହୁ, ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ଃ ଅରବିନ୍ଦ ପାଢ଼ୀ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଶାସନ ସଚିବ ମନୋଜ କୁମାର ମିଶ୍ରଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।