ଶିକ୍ଷକ କଲ୍ୟାଣ ପାଇଁ ବଜ୍ର ଯୋଜନା

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ ପ୍ରତିଷ୍ଠା ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୯ା୯ (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ସାମନ୍ତ ବିହାରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ଟଙ୍କା ବିନିଯୋଗ ହେବ । ଏଥିରେ ୩୦୦ ଶିକ୍ଷକଙ୍କ ଟ୍ରେନିଂ ପାଇଁ ଅଡିଟୋରିଅମ୍ ସହ ୧୦୦ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ରହିବ । ଏହାସହ ୧୦ କର୍ମଶାଳା କେନ୍ଦ୍ର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ।
ଏହି ଅବସରରେ ଶିକ୍ଷକଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ବଜ୍ର ଯୋଜନାର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଯୋଜନାରେ ଶିକ୍ଷକ ମାନେ ସେମାନଙ୍କର ଦିନକର ଦରମା ଏହି କଲ୍ୟାଣ ପାଣ୍ଠିକୁ ଦାନ କରିବେ ଏବଂ ପାଣ୍ଠିରୁ ସେମାନଙ୍କ ବିଭିନ୍ନ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରକାଶ ପାଇଛି । ଏହି ଅବସରରେ ୫ ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୫ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ।
କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ମୁଖ୍ୟମନ୍ତ୍ରୀଙ୍କ ଉପଦେଷ୍ଟା (ଶିକ୍ଷା) ଉପେନ୍ଦ୍ର ତ୍ରିପାଠୀ, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ, ବିଭାଗୀୟ ସଚିବ ଅଶ୍ୱଥୀ ଏସ, ଓଡ଼ିଶା ଆଦର୍ଶ ବିଦ୍ୟଳୟ ପ୍ରକଳ୍ପ ନିଦେ୍ର୍ଦଶକ ସଂଗ୍ରାମ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *