୩ ମାସରେ ସବୁ ସମସ୍ୟା ସମାଧାନ

୫-ଟି ସଚିବଙ୍କ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଗସ୍ତ
ଭୁବନେଶ୍ୱର (ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦେ୍ର୍ଦଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ମଙ୍ଗଳବାର ଅପରାହ୍ନରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ, ଫୁଡ ପାର୍କ, ଆଇ.ଆଇ.ଡି ଖୋର୍ଦ୍ଧା ଓ ଜୟମଙ୍ଗଳ ଶିଳ୍ପାଞ୍ଚଳ ପ୍ରଭୃତି ଗସ୍ତ କରି ଶିଳ୍ପୋଦ୍ୟୋଗୀ, କର୍ମଚାରୀ ଓ ସ୍ଥାନୀୟ ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା କରିଛନ୍ତି ।
ଆଲୋଚନା ପରେ ସଚିବ ସମସ୍ତ ସମସ୍ୟାକୁ ୩ ମାସ ମଧ୍ୟରେ ସମାଧାନ କରିବା ପାଇଁ ଶିଳ୍ପ ବିଭାଗ ଓ ଜିଲ୍ଲାପାଳଙ୍କୁ ପରାମର୍ଶ ଦେଇଛନ୍ତି । ଖୋର୍ଦ୍ଧା ଶିଳ୍ପାଞ୍ଚଳର ପ୍ରାୟ ୫୦ ଜଣ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନ ଏବଂ ସେମାନଙ୍କ ସଂଘର କର୍ମକର୍ତ୍ତା ଆଲୋଚନାରେ ଭାଗ ନେଇଥିଲେ । ଏଥିରେ ବିଜୁଳି ଓ ପାଣି ଯୋଗାଣରେ ଉନ୍ନତି, ଟ୍ରକ ଗୁଡିକର ପାର୍କିଂ ସମସ୍ୟା, ଶ୍ରମିକଙ୍କ ପାଇଁ ହଷ୍ଟେଲ, ଟ୍ରାଫିକ ପରିଚାଳନା, ବର୍ଜ୍ୟବସ୍ତୁ ପରିଚାଳନା ଓ ସୁରକ୍ଷା ବ୍ୟବସ୍ଥାରେ ଉନ୍ନତି ଆଦି ବିଭିନ୍ନ ବିଷୟରେ ଆଲୋଚନା ହୋଇଥିଲା । ଦୁଇ ହଜାରରୁ ୩ ହଜାର ଶ୍ରମିକ ରହିବା ପାଇଁ ହଷ୍ଟେଲ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା ।
କୋଭିଡ ମହାମାରୀ ସମୟରେ ଅନେକ ଶିଳ୍ପାନୁଷ୍ଠାନ କ୍ଷତିର ସମ୍ମୁଖୀନ ହୋଇଛନ୍ତି । କ୍ଷତିଗ୍ରସ୍ତ ଶିଳ୍ପାନୁଷ୍ଠାନଙ୍କ ପାଇଁ ସ୍ୱତନ୍ତ୍ର ନୀତି ଆସିବ ବୋଲି ସଚିବ କହିଥିଲେ । ବୈଠକରେ ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଉପରେ ଗୁରୁତ୍ୱାରାପ କରାଯାଇଥିଲା । ଏହାପରେ ସଚିବ ଜୟମଙ୍ଗଳ ଶିଳ୍ପାଞ୍ଚଳ ପରିଦର୍ଶନ କରିଥିଲେ । ସେଠାରେ କୋଭିଡ ମହାମାରୀ ସମୟରେ ଚାକିରୀ ଛାଡି ଥିବା ଉଚ୍ଚଶିକ୍ଷିତ ଇଞ୍ଜିନିୟରିଂ ଓ ମ୍ୟାନେଜମେଣ୍ଟ ଗ୍ରାଜୁଏଟଙ୍କ ସହ ଆଲୋଚନା କରିଥିଲେ । ଉଦ୍ୟାଗ ପ୍ରତିଷ୍ଠା ପାଇଁ ସେମାନଙ୍କ ଉଦ୍ୟମରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ ବୋଲି ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ । ଗସ୍ତରେ ଶିଳ୍ପଦ୍ୟୋଗୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଖୁସି ପ୍ରକାଶ ପାଇଥିଲା । ସେମାନଙ୍କର ଦୀର୍ଘ ବର୍ଷର ସମସ୍ୟାର ସମାଧାନ ହୋଇଛି ବୋଲି ସନ୍ତୋଷ ପ୍ରକାଶ କରି ୪୦ ବର୍ଷର ସମସ୍ୟା ମାତ୍ର ୪୦ ମିନିଟ୍ରେ ସମାଧାନ ହୋଇପାରିଛି ବୋଲି ସେମାନେ କହିଥିଲେ । ଆଲୋଚନାରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମାଙ୍କ ସହ ବହୁ ପ୍ରତିନିଧି ଉପସ୍ଥିତ ଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *