ଅଗ୍ନିବିପନ୍ନ ପରିବାରକୁ ଭେଟିଲେ ପୂର୍ବତନ ମନ୍ତ୍ରୀ

ପୁରୀ (ବୁ୍ୟରୋ): ବ୍ରହ୍ମଗିରି ବ୍ଲକ୍ କୁଶୁବେଣ୍ଟି ପଞ୍ଚାୟତ ଗୋଲରା ଗାଁର ଅଗ୍ନି ବିପନ୍ନ ପରିବାର ବାସନ୍ତୀ ମହାରଣାଙ୍କୁ ଭେଟି ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାସବର୍ମା ଆଶ୍ୱାସନା ଦେବା ସହ ସମବେଦନା ଜଣାଇଛନ୍ତି । ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବା ସହ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦେବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି । ଶ୍ରୀ ଦାସବର୍ମାଙ୍କ ସହ ସାଂସଦଙ୍କ ପ୍ରତିନିଧି ଯୁଧିଷ୍ଠିର ନାୟକ, ପୁରୀ ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ପ୍ରତିନିଧି ବିଦ୍ୟାଧର ସ୍ୱାଇଁ, ବ୍ରହ୍ମଗିରି ବ୍ଲକ ଅଧ୍ୟକ୍ଷା ରତ୍ନମାଳା ବେହେରା, ଉପାଧ୍ୟକ୍ଷା ମାଳିନୀ ଦଲାଇ, ଜିଲ୍ଲା ପରିଷଦ ସଦସ୍ୟ ଜମ୍ବେଶ୍ୱର ସାହୁ, କୁଶୁବେଣ୍ଟି ସରପଞ୍ଚଙ୍କ ପ୍ରତିନିଧି ରାଧାକାନ୍ତ ସାହୁ, ସମିତିସଭ୍ୟାଙ୍କ ପ୍ରତିନିଧି ବୃନ୍ଦାବନ ପ୍ରଧାନ ଓ ବ୍ରହ୍ମଗିରି ତହସିଲଦାର କାହ୍ନୁଚରଣ ଘଡ଼େଇ ପ୍ରମୁଖ ଉପସ୍ଥିତ ଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *