ହବିଷ୍ୟାଳୀଙ୍କୁ ସବୁ ସୁବିଧା ଯୋଗାଅ

ପୁରୀ (ବୁ୍ୟରୋ): ଅକ୍ଟୋବର ୧ଠରୁ ନଭେମ୍ବର ୮ ତାରିଖ ପର୍ଯ୍ୟନ୍ତ ମା’ମାନଙ୍କର ରାଇ ଦାମୋଦର ହବିଷ୍ୟାଳି ବ୍ରତ ପୁରୀରେ ଅନୁଷ୍ଠିତ ହେବ । ମା’ମାନଙ୍କର ରହିବା, ମହାପ୍ରସାଦ ସେବନ, ଶ୍ରୀଜିଉଙ୍କୁ ଦର୍ଶନ କରିବା, ପ୍ରବଚନ ଓ ଆଧ୍ୟାତ୍ମିକ ଆଲୋଚନା ଶୁଣିବା ପାଇଁ ବ୍ୟବସ୍ଥା କରାଯାଇଛି । ଶୁକ୍ରବାର ସର୍କିଟ୍ ହାଉସ୍ ଠାରେ ହବିଷ୍ୟାଳିଙ୍କ ଆଗମନ, ରହଣି ଓ ଅନ୍ୟାନ୍ୟ ବ୍ୟବସ୍ଥା ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ କୈଳାସ ଚନ୍ଦ୍ର ନାୟକ ମା’ମାନଙ୍କ ରହଣି ସମୟରେ ଯେପରି ସେମାନଙ୍କର କୌଣସି ଅସୁବିଧା ବା ସମସ୍ୟା ନ ହୁଏ ସେଥିପ୍ରତି ଦାୟିତ୍ୱରେ ଥିବା ପ୍ରତ୍ୟେକ ଅଧିକାରୀ ଓ କର୍ମଚାରୀ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଉପଜିଲ୍ଲାପାଳ ଭବତାରଣ ସାହୁ ବୈଠକ ପରିଚାଳନା କରିବା ସହ ରହଣି ପାଇଁ ବୃନ୍ଦାବତୀ ନିବାସ, ବଗଲା ଧର୍ମଶାଳା, ଅକ୍ଷୟ ପାତ୍ର ଫାଉଣ୍ଡେସନ ଓ ମୋଚିସାହି ସ୍ଥିତ ପୌର କଲ୍ୟାଣ ମଣ୍ଡପର ବ୍ୟବସ୍ଥା ହୋଇଛି ବୋଲି କହିଥିଲେ । ଇତିମଧ୍ୟରେ ପଞ୍ଜୀକରଣ ଆରମ୍ଭ ହୋଇଛି । ଆଜି ସୁଦ୍ଧା ୧୨୦୦ରୁ ଊର୍ଦ୍ଧ୍ୱ ପଞ୍ଜୀକରଣ ହୋଇଛି । ମା’ମାନଙ୍କର ରହଣି ସମୟରେ ସ୍ୱାସ୍ଥ୍ୟ, ପରିମଳ, ପାନୀୟ ଜଳ, ବିଦୁ୍ୟତ ଯୋଗାଣ, ଆଇନ ଶୃଙ୍ଖଳା, ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା, ଦର୍ଶନ ବ୍ୟବସ୍ଥା, ଦର୍ଶନ ସମୟରେ ଟ୍ରାଫିକ୍ ନିୟନ୍ତ୍ରଣ, ସ୍ୱେଚ୍ଛାସେବୀ ନିୟୋଜନ ଇତ୍ୟାଦିକୁ ସୁନିୟନ୍ତ୍ରିତ କରାଯିବାର ବ୍ୟବସ୍ଥା ହୋଇଛି । ବିଭିନ୍ନ ବିଭାଗର ଅଧିକାରୀମାନଙ୍କୁ ଯେଉଁ ଦାୟିତ୍ୱ ଦିଆଯାଉଛି ତାହାକୁ ନିଷ୍ଠାର ସହ ପାଳନ କରିବାକୁ ନିଦେ୍ର୍ଦଶ ଦିଆଯାଇଛି ।
ବୈଠକରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା, ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ, ଅତିରିକ୍ତ ଏସ୍ପି ମିହିର ପ୍ରସାଦ ପଣ୍ଡା, ପୌରନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ଡେପୁଟି କଲେକ୍ଟର ଜିତେନ୍ଦ୍ର କୁମାର ପାତ୍ର, ଏପିଡି ରଶ୍ମିରେଖା ଦାସଙ୍କ ସମେତ ଅନ୍ୟାନ୍ୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *