୨ରୁ ୬ ପ୍ରବଳ ବର୍ଷା

ଭୁବନେଶ୍ୱର (ବୁ୍ୟରୋ): ବଙ୍ଗୋପସାଗରରେ ଆଉଏକ ଲଘୁଚାପ ଦାନା ବାନ୍ଧୁଛି । ଆଉ ଦିନକ ପରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୨୮ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପ୍ରଭାବରେ ୨୯ରୁ ୬ ତାରିଖ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହୋଇପାରେ । ଏହି ଘୁର୍ଣ୍ଣିବଳୟ ଆହୁରି ଅଧିକ ଘନିଭୂତ ହୋଇ ଏକ ଲଘୁଚାପ ରୂପ ନେବ । ଏହାର ସର୍ବାଧିପକ ପ୍ରଭାବ ୨ରୁ ୬ ତାରିଖରେ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରୁଛି । ଫଳରେ ଏଥର ବର୍ଷାରେ ଦଶହରା ଧୋଇଯାଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି ।
ଅନ୍ୟପଟେ ଆସନ୍ତା ୨ଦିନ ଯାଏ ଅପରାହ୍ମରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୬ ଜିଲ୍ଲାକୁ ଆସନ୍ତାକାଲି କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଥିବାବେଳେ ୨୮ରେ ୧୫ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି । ରାଜ୍ୟରେ ଏବେ ମୌସୁମୀ ବାୟୁ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଘନୀଭୂତ ହେବାରେ ଲାଗିଛି । ଏହା କେତେ ପରିମାଣର ଘନୀଭୂତ ହେବ ସେନେଇ କିଛି ପାଣିପାଗ ବିଭାଗ ସ୍ପଷ୍ଟ କରିନାହିଁ ।
ସେପଟେ ଦକ୍ଷିଣ ଚାଇନା ସାଗରରେ ଟାଇଫୁନ ନୋରୁର ପ୍ରଭାବରେ ଅକ୍ଟୋବର ୨ରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଓଡ଼ିଶାରେ ପୂଜା ସମୟରେ ବର୍ଷା ହୋଇପାରେ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଏବଂ ଜଳବାୟୁ କେନ୍ଦ୍ରର ସୂଚନା ଅନୁଯାୟୀ ଟାଇଫୁନ ନୋରୁ ପ୍ରଭାବରେ ପୂର୍ବ କେନ୍ଦ୍ର ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ମ୍ୟାମାଁର ଉପକୂଳରେ ଏକ ଅପର ଏଆର ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ଏହା ଉତର ପଶ୍ଚିମ ଆଡକୁ ଗତି କରିବ ଓ ଓଡ଼ିଶାରେ ପ୍ରବଳ ବର୍ଷା ହେବ ।

About Author

ଆମପ୍ରତି ସ୍ନେହ ବିସ୍ତାର କରନ୍ତୁ

Leave a Reply

Your email address will not be published. Required fields are marked *